Masthead

ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ପ୍ରକାଶ ପାଇଲା ବିଜ୍ଞପ୍ତି । ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଏଥିସହ ଆଜିଠୁ ଆରମ୍ଭ ହେବ ନାମାଙ୍କନ ଦାଖଲ ପ୍ରକ୍ରିୟା । ପ୍ରାର୍ଥୀମାନେ ଏପ୍ରିଲ ୨୫ ସୁଦ୍ଧା ନାମାଙ୍କନ ପତ୍ର ଦାଖଲ କରିବେ। ଏପ୍ରିଲ ୨୬ରେ ନାମାଙ୍କନ ପତ୍ର ଯାଞ୍ଚ ଓ ଏପ୍ରିଲ ୨୯ ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ତାରିଖ ରହିଛି। ୨୬ ତାରିଖରେ ପ୍ରାର୍ଥିପତ୍ର ଯାଞ୍ଚ ଓ ୨୯ ତାରିଖରେ ନାମାଙ୍କନ ପ୍ରତ୍ୟାହାର ପାଇଁ ଦିନ ଧାର୍ଯ୍ୟ ହୋଇଛି ।

ଓଡିଶାର ପ୍ରଥମ ପର୍ଯ୍ୟାୟ ମତଦାନରେ ୪ଟି ସଂସଦୀୟ କ୍ଷେତ୍ର କଳାହାଣ୍ଡି, ନବରଙ୍ଗପୁର, ବ୍ରହ୍ମପୁର ଓ କୋରାପୁଟରେ ମତଦାନ ହେବ । ୪ଟି ସଂସଦୀୟ କ୍ଷେତ୍ର ଅଧିନରେ ଥିବା ୨୮ଟି ବିଧାନସଭା ନିର୍ବାଚନମଣ୍ଡଳିରେ ମଧ୍ୟ ଭୋଟ ପଡିବ । ଏଥିପାଇଁ ନିର୍ବାଚନ କମିଶନଙ୍କ ପକ୍ଷରୁ ଆବଶ୍ୟକ ପ୍ରସ୍ତୁତି କରାଯାଇଛି । ପ୍ରଥମ ପର୍ୟ୍ୟାୟ ନିର୍ବାଚନ ପାଇଁ ବିଜେଡି ସବୁ ଆସନରେ ପ୍ରାର୍ଥୀ ଘୋଷଣା କରିସାରିଛି ।

ବିଜେପିର କେବଳ ଜୟପୁର ଆସନ ବାକି ରହିଥିବା ବେଳେ କଂଗ୍ରେସ ଗୋପାଳପୁର ଓ ଛତ୍ରପୁର ଆସନରେ ଏଯାଏଁ ପ୍ରାର୍ଥ ଘୋଷଣା କରିନାହିଁ । ସେପଟେ ଦେଶରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଆସନ୍ତାକାଲି ପଡ଼ିବ ଭୋଟ୍ । ଆଜିଠୁ ବୁଥ୍ ଅଭିମୁଖେ ଯିବେ ପୋଲିଂପାର୍ଟି । ପ୍ରଥମ ପର୍ୟ୍ୟାୟରେ ୧୭ ରାଜ୍ୟ ଓ ୪ କେନ୍ଦ୍ରଶାସିତ ଅଞ୍ଚଳର ମୋଟ୍ ୧୦୨ ସିଟ୍ ପାଇଁ ଭୋଟିଂ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଡ୍ରାଇଭର ଆନ୍ଦୋଳନ, ରାତି ସୁଦ୍ଧା ସମାଧାନ 🔴 ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ 🔴 ବ୍ୟାପିଲା ଝାଡ଼ାବାନ୍ତି, ୬୦ ଆକ୍ରାନ୍ତ 🔴 ତୃତୀୟ ଦିନରେ ପହଞ୍ଚିଲା ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ 🔴 ପେଟ୍ରୋଲ ପମ୍ପରେ ତେଲ ସଙ୍କଟ! 🔴 ଆଜି ଦେଶବ୍ୟାପୀ ଶ୍ରମିକ ସଙ୍ଗଠନର ‘ଭାରତ ବନ୍ଦ’ ଡାକରା 🔴 ନୀଳକନ୍ଦରକୁ ବିଜେ କଲେ ନୀଳମଣି, ଆଜିଠୁ ଭକ୍ତଙ୍କୁ ମିଳିବ ନୀଳାଚଳ ଅବଢ଼ା 🔴 ଜନ୍ମବେଦୀରେ ସରିଲା ଲୀଳାଖେଳା, ନୀଳକନ୍ଦରକୁ ଫେରିବେ ନୀଳମଣି 🔴 ରାଜ୍ୟରେ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ 🔴 ମନମୋହନ ରିପିଟ୍ 🔴 ଡ୍ରାଇଭର ଆନ୍ଦୋଳନ, ରାତି ସୁଦ୍ଧା ସମାଧାନ 🔴 ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ 🔴 ବ୍ୟାପିଲା ଝାଡ଼ାବାନ୍ତି, ୬୦ ଆକ୍ରାନ୍ତ 🔴 ତୃତୀୟ ଦିନରେ ପହଞ୍ଚିଲା ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ 🔴 ପେଟ୍ରୋଲ ପମ୍ପରେ ତେଲ ସଙ୍କଟ! 🔴 ଆଜି ଦେଶବ୍ୟାପୀ ଶ୍ରମିକ ସଙ୍ଗଠନର ‘ଭାରତ ବନ୍ଦ’ ଡାକରା 🔴 ନୀଳକନ୍ଦରକୁ ବିଜେ କଲେ ନୀଳମଣି, ଆଜିଠୁ ଭକ୍ତଙ୍କୁ ମିଳିବ ନୀଳାଚଳ ଅବଢ଼ା 🔴 ଜନ୍ମବେଦୀରେ ସରିଲା ଲୀଳାଖେଳା, ନୀଳକନ୍ଦରକୁ ଫେରିବେ ନୀଳମଣି 🔴 ରାଜ୍ୟରେ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ 🔴 ମନମୋହନ ରିପିଟ୍