Masthead

ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଆସନ୍ତାକାଲି ପଡ଼ିବ ଭୋଟ୍

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦେଶରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଆସନ୍ତାକାଲି ପଡ଼ିବ ଭୋଟ୍ । ଆଜିଠୁ ବୁଥ୍ ଅଭିମୁଖେ ଯିବେ ପୋଲିଂପାର୍ଟି । ପ୍ରଥମ ପର୍ଯ୍ୟାୟରେ ୧୭ ରାଜ୍ୟ ଓ ୪ କେନ୍ଦ୍ରଶାସିତ ଅଞ୍ଚଳର ମୋଟ୍ ୧୦୨ ସିଟ୍ ପାଇଁ ଭୋଟିଂ ହେବ । ତାମିଲନାଡ଼ୁର ସମସ୍ତ ୩୯ ସିଟ୍, ରାଜସ୍ଥାନର ୧୨, ଉତ୍ତର ପ୍ରଦେଶର ୮, ମଧ୍ୟପ୍ରଦେଶର ୬, ଆସାମ-ମହାରାଷ୍ଟ୍ର-ଉତ୍ତରାଖଣ୍ଡର ୫ଟି ଲେଖାଏଁ ସିଟରେ ଭୋଟିଂ ହେବ ।

ସେହିପରି ପୁଡ଼ୁଚେରୀ, ଲାକ୍ଷାଦୀପ, ଜମ୍ମୁକାଶ୍ମୀର, ଆଣ୍ଡାମାନ ଓ ନିକୋବର ଦ୍ବୀପର ଗୋଟିଏ ଲେଖାଏଁ ସିଟରେ ବି ମତଦାନ ସାବ୍ୟସ୍ତ କରିବେ ଜନତା। ତା’ସହ ଛତିଶଗଡ଼ର ମାଓପ୍ରବଣ ବସ୍ତରରେ ବି ପ୍ରଥମ ପର୍ଯ୍ୟାୟରେ ଭୋଟ୍ ପଡ଼ିବ। ପ୍ରଥମ ପର୍ଯ୍ୟାୟ ବିଗ୍ ଫାଇଟରେ ଭାଗ୍ୟ ପରୀକ୍ଷା କରିବେ, ବିହାର ଜାମୁଇରୁ ଏଲଜେପି ମୁଖ୍ୟ ଚିରାଗ ପାଶୱାନ, ମଧ୍ୟପ୍ରଦେଶ ଛିନ୍ଦୱାଡାରୁ ପୂର୍ବତନ ମୁଖ୍ୟମନ୍ତ୍ରୀ କମଲ ନାଥଙ୍କ ପୁଅ ନକୁଲ ନାଥ, କୋଏମ୍ବାଟୁରରୁ ତାମିଲନାଡୁ ବିଜେପି ମୁଖ୍ୟ କେ. ଆନ୍ନାମଲାଇ ।

ସେହିପରି ପ୍ରଥମ ପର୍ଯ୍ୟାୟରେ ଚେନ୍ନାଇ ସାଉଥରୁ ତେଲେଙ୍ଗାନାର ପୂର୍ବତନ ରାଜ୍ୟପାଳ ଟି. ସୁନ୍ଦରରାଜନ, ଥୁଥୁକୁଡିରୁ କାନିମୋଇ ଏବଂ କୁଚବେହାରରୁ ନିଶିଥ ପରମାଣିକଙ୍କ ଭଳି ଅନେକ ହେଭିୱେଟଙ୍କ ଭାଗ୍ୟ ପରୀକ୍ଷା ହେବ। ପ୍ରଥମ ପର୍ୟ୍ୟାୟରେ ୮ କେନ୍ଦ୍ରମନ୍ତ୍ରୀ, ୨ ପୂର୍ବତନ ମୁଖ୍ୟମନ୍ତ୍ରୀ ଓ ଜଣେ ପୂର୍ବତନ ରାଜ୍ୟପାଳଙ୍କ ଭାଗ୍ୟ ନିର୍ଦ୍ଧାରଣ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ