Masthead

୬ ୱିକେଟ୍‌ରେ ଦିଲ୍ଲୀ କ୍ୟାପିଟାଲ୍ସଠାରୁ ପରାସ୍ତ ହେଲା ଗୁଜରାଟ ଟାଇଟନ୍ସ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଇପିଏଲ ୨୦୨୪ ମ୍ୟାଚରେ ଗୁଜରାଟ ଟାଇଟନ୍ସର ଶୋଚନୀୟ ପରାଜୟ ବରଣ । ଗୁଜରାଟ ମାତ୍ର ୮୯ ରନ୍‌ରେ ଅଲଆଉଟ୍ ହେବା ପରେ ଦିଲ୍ଲୀ କ୍ୟାପିଟାଲ୍ସଠାରୁ ୬ ୱିକେଟ୍‌ରେ ପରାସ୍ତ ହୋଇଛି। ୯୦ ରନ୍‌ର ବିଜୟ ଲକ୍ଷ୍ୟକୁ ଦିଲ୍ଲୀ ମାତ୍ର ୮.୫ ଓଭରରେ ୪ ୱିକେଟ୍ ହରାଇ ହାସଲ କରିବା ସହ ନିଜ ରନ୍ ରେଟ୍‌କୁ ବଢ଼ାଇଛି। ସେହିଭଳି ସପ୍ତମ ମ୍ୟାଚ୍‌ରୁ ଦିଲ୍ଲୀ ତୃତୀୟ ବିଜୟ ହାସଲ କରିଛି। ଅନ୍ୟପଟେ ଗୁଜରାଟ ସେହି ୭ ମ୍ୟାଚ୍‌ରୁ ଚତୁର୍ଥ ପରାଜୟ ବରଣ କରିଛି। ଦିଲ୍ଲୀ କ୍ୟାପିଟାଲ୍ସ ଟସ୍ ଜିତି ଗୁଜରାଟକୁ ବ୍ୟାଟିଂ ପାଇଁ ଆମନ୍ତ୍ରଣ କରିଥିଲା। ଅଧିନାୟକ ଋଷଭ ପନ୍ତଙ୍କ ଏହି ନିଷ୍ପତ୍ତି ଯଥାର୍ଥ ବୋଲି ପ୍ରମାଣିତ କରି ଦିଲ୍ଲୀ ବୋଲର୍‌ମାନେ ପାୱାର ପ୍ଲେ ଭିତରେ ୪ଟି ୱିକେଟ୍ ନେଇ ଗୁଜରାଟର ମେରୁଦଣ୍ଡ ଭାଙ୍ଗି ଦେଇଥିଲେ।

ଏହା ପରେ ମଧ୍ୟ ଗୁଜରାଟ ବ୍ୟାଟର୍‌ଙ୍କୁ କ୍ରିଜ୍‌ରେ ଜମିବାର କୌଣସି ସୁଯୋଗ ଦେଇ ନଥିଲେ। ଲଗାତାର ୱିକେଟ୍ ନେଇ ୧୫ ବଲ୍‌ ପୂର୍ବରୁ ଗୁଜରାଟ ପାଳିରେ ପୂର୍ଣ୍ଣଛେଦ ଟାଣିଥିଲେ। ସ୍ଥିତି ଏମିତି ହୋଇଥିଲା ଯେ ଅଧିନାୟକ ଶୁବମନ ଗିଲ୍‌ଙ୍କ ସମେତ ୭ଜଣ ବ୍ୟାଟର୍ ଏକ ଅଙ୍କ ଆଗକୁ ବଢ଼ି ପାରି ନଥି‌ଲେ। ସ୍ପିନର ରସିଦ ଖାନ୍‌ଙ୍କ ୩୧ ରନ୍ ଦଳର ସର୍ବୋଚ୍ଚ ବ୍ୟକ୍ତିଗତ ସ୍କୋର ଥିଲା। ଅନ୍ୟପକ୍ଷରେ ଦିଲ୍ଲୀର ସବୁ ବୋଲର ମିତବ୍ୟୟୀ ବୋଲିଂ କରିଥିଲେ। ତେବେ ମୁକେଶ କୁମାର ଗୋଟିଏ ଓଭରରେ ଦୁଇଟି ୱିକେଟ୍ ସହ ମାତ୍ର ୧୪ ରନ୍‌ରେ ୩ ୱିକେଟ୍ କରାୟତ୍ତ କରି ଗୁଜରାଟର ସବୁଠାରୁ ଅଧିକ କ୍ଷତି ଘଟାଇଥିଲେ। ପୁରୁଖା ବୋଲର ଈଶାନ୍ତ ଶର୍ମା ଓ ଟ୍ରିଷ୍ଟନ ଷ୍ଟବ୍ସ ଦୁଇଟି ଲେଖାଏଁ ୱିକେଟ୍ ଅକ୍ତିଆର କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପ୍ରେମ କରିବା ପଡିଲା ମହଙ୍ଗା 🔴 ଚୋର ଭାବି ପୁଲିସକୁ ନିସ୍ତୁକ ମାଡ଼ 🔴 ସରପଞ୍ଚଙ୍କ ସ୍ବାମୀଙ୍କୁ ନିର୍ମମ ହତ୍ୟା 🔴 ଆନ୍ଦୋଳନ ବେଳେ ଡ୍ରାଇଭର ଓ ଯାତ୍ରୀ ମୁହାଁମୁହିଁ 🔴 ବିଜେପିକୁ ଘେରିବାକୁ ଗୁରୁମନ୍ତ୍ର ଦେବେ ରାହୁଲ 🔴 ଡ୍ରାଇଭର ଆନ୍ଦୋଳନ, ରାତି ସୁଦ୍ଧା ସମାଧାନ 🔴 ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ 🔴 ବ୍ୟାପିଲା ଝାଡ଼ାବାନ୍ତି, ୬୦ ଆକ୍ରାନ୍ତ 🔴 ତୃତୀୟ ଦିନରେ ପହଞ୍ଚିଲା ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ 🔴 ପେଟ୍ରୋଲ ପମ୍ପରେ ତେଲ ସଙ୍କଟ! 🔴 ପ୍ରେମ କରିବା ପଡିଲା ମହଙ୍ଗା 🔴 ଚୋର ଭାବି ପୁଲିସକୁ ନିସ୍ତୁକ ମାଡ଼ 🔴 ସରପଞ୍ଚଙ୍କ ସ୍ବାମୀଙ୍କୁ ନିର୍ମମ ହତ୍ୟା 🔴 ଆନ୍ଦୋଳନ ବେଳେ ଡ୍ରାଇଭର ଓ ଯାତ୍ରୀ ମୁହାଁମୁହିଁ 🔴 ବିଜେପିକୁ ଘେରିବାକୁ ଗୁରୁମନ୍ତ୍ର ଦେବେ ରାହୁଲ 🔴 ଡ୍ରାଇଭର ଆନ୍ଦୋଳନ, ରାତି ସୁଦ୍ଧା ସମାଧାନ 🔴 ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ 🔴 ବ୍ୟାପିଲା ଝାଡ଼ାବାନ୍ତି, ୬୦ ଆକ୍ରାନ୍ତ 🔴 ତୃତୀୟ ଦିନରେ ପହଞ୍ଚିଲା ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ 🔴 ପେଟ୍ରୋଲ ପମ୍ପରେ ତେଲ ସଙ୍କଟ!