Masthead

ଆରପାରିରେ ବିଶିଷ୍ଟ ସିନେ କଳାକାର ଡ. ସଚ୍ଚିଦାନନ୍ଦ ଦାସ

ଯାଜପୁର (ବଡ଼ ଖବର ବ୍ୟୁରୋ): ଆରପାରିରେ ବିଶିଷ୍ଟ ସିନେ କଳାକାର ଡ. ସଚ୍ଚିଦାନନ୍ଦ ଦାସ । ମୃତ୍ୟୁବେଳକୁ ତାଙ୍କୁ ୭୩ ବର୍ଷ ହୋଇଥିଲା । ସଚ୍ଚି ଦାସ, କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ସମ୍ମାନପ୍ରାପ୍ତ ଜଣେ ଓଡ଼ିଆ ନାଟ୍ୟକାର, ନିର୍ଦ୍ଦେଶକ ଏବଂ ଅଭିନେତା । ଓଡ଼ିଶା ଯାତ୍ରା ଜଗତର ଭୀଷ୍ମ ପିତାମହ ଭାବେ ଜଣାଶୁଣା ସଚ୍ଚି ଦାସ । ସେ ୫୦୦ରୁ ଉର୍ଦ୍ଧ୍ୱ ଯାତ୍ରା ସହିତ, ୧୦୦ରୁ ଉର୍ଦ୍ଧ୍ୱ ନାଟକରେ ନିର୍ଦ୍ଦେଶନା ଦେଇଛନ୍ତି ।

୪୦୦ରୁ ଅଧିକ ଯାତ୍ରା ଓ ନାଟକ ସେ ନିଜେ ରଚନା କରିଛନ୍ତି । ତାଙ୍କ ମୃତ୍ୟୁ ଖବର ଶୁଣିବା ପରେ ପୁରା କଳାକାର ମହଲରେ ଶୋକର ଛାୟା ଖେଳିଯାଇଛି । ପିତା ଭଗିରଥ ଦାସ ଓ ମାତା ପ୍ରିୟମ୍ବଦା ଦେବୀଙ୍କ ସନ୍ତାନ ସଚ୍ଚି, ୧୯୩୬ ମସିହାରେ ଯାଜପୁର ଜିଲାର ବରୀଠାରେ ଜନ୍ମଗ୍ରହଣ କରିଥିଲେ । ପିତା ଥିଲେ ଜଣେ ସ୍ବାଧୀନତା ସଂଗ୍ରାମୀ । ମାତା ପ୍ରିୟମ୍ବଦା ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ସଚ୍ଚିଙ୍କର ଅଭିନୟ ଗାଁ ମଞ୍ଚରୁ ଆରମ୍ଭ ହୋଇଥିଲା । ନାଟକର ନାଁ ଥିଲା ଟିପଚିହ୍ନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ