ତିହାର ଜେଲରେ ଜାମିନ ପାଇଁ ପ୍ରଚୁର ଆମ୍ବ ଓ ମିଠା ଖାଉଛନ୍ତି କେଜ୍ରିୱାଲ : ଇଡି

ଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ମଦ ଦୁର୍ନୀତି ମାମଲାରେ ଇଡି ଦ୍ୱାରା ଗିରଫ ହୋଇ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଜେଲରେ ରହିଛନ୍ତି । ଦୀର୍ଘଦିନ ହେବ ଗିରଫ ହେବା ପରେ ମଧ୍ୟ କେଜ୍ରିୱାଲଙ୍କୁ ଜାମିନ ମିଳିନାହିଁ । ଅବକାରୀ ନୀତି ଦୁର୍ନୀତି ମାମଲାରେ ଗିରଫ ହୋଇ ଜେଲରେ ଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ବିରୋଧରେ ସାଂଘାତିକ ଦାବି କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ବା ଇଡି ।

କେଜ୍ରିୱାଲ ପୂର୍ବରୁ ମଧୁମେହ ରୋଗରେ ପୀଡ଼ିତ। ତଥାପି ସେ ଜେଲରେ ପ୍ରଚୁର ଆମ୍ବ, ଆଳୁ ପୁରୀ ଓ ମିଠା ଖାଉଛନ୍ତି। ପ୍ରତିଦିନ ସେ ମିଠା ଓ ଆମ୍ବ ଖାଇ ନିଜର ରକ୍ତ ସର୍କରାକୁ ବୃଦ୍ଧି କରିବାରେ ଲାଗିଛନ୍ତି । ରକ୍ତ ସର୍କରା ବା ବ୍ଲଡ ସୁଗାର ବଢ଼ିବା ପରେ ସେ ମେଡିକାଲ ଗ୍ରାଉଣ୍ଡରେ ଜାମିନ ପାଇଯିବେ ବୋଲି ଲକ୍ଷ୍ୟ ରଖିଛନ୍ତି। ଦିଲ୍ଲୀର ରାଉଜ ଏଭିନ୍ୟୁ କୋର୍ଟରେ ଏହି ମାମଲାର ଶୁଣାଣି ଚାଲିଥିବା ବେଳେ ଇଡି କେଜ୍ରିୱାଲଙ୍କ ନାଁରେ ବଡ ଅଭିଯୋଗ ଆଣିଛି । ଏହି ଅଭିଯୋଗକୁ ନେଇ କୋର୍ଟ କେଜ୍ରିୱାଲଙ୍କ ଓକିଲଙ୍କୁ ଜେଲର ରିପୋର୍ଟ ଏବଂ କେଜ୍ରିୱାଲଙ୍କ ଡାଏଟ ପ୍ଳାନ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି । ଏହି ମାମଲାର ପରବର୍ତ୍ତୀ ଶୁଣାଣି ଆସନ୍ତାକାଲି ହେବ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!