Masthead

ତିହାର ଜେଲରେ ଜାମିନ ପାଇଁ ପ୍ରଚୁର ଆମ୍ବ ଓ ମିଠା ଖାଉଛନ୍ତି କେଜ୍ରିୱାଲ : ଇଡି

ଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ମଦ ଦୁର୍ନୀତି ମାମଲାରେ ଇଡି ଦ୍ୱାରା ଗିରଫ ହୋଇ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଜେଲରେ ରହିଛନ୍ତି । ଦୀର୍ଘଦିନ ହେବ ଗିରଫ ହେବା ପରେ ମଧ୍ୟ କେଜ୍ରିୱାଲଙ୍କୁ ଜାମିନ ମିଳିନାହିଁ । ଅବକାରୀ ନୀତି ଦୁର୍ନୀତି ମାମଲାରେ ଗିରଫ ହୋଇ ଜେଲରେ ଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ବିରୋଧରେ ସାଂଘାତିକ ଦାବି କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ବା ଇଡି ।

କେଜ୍ରିୱାଲ ପୂର୍ବରୁ ମଧୁମେହ ରୋଗରେ ପୀଡ଼ିତ। ତଥାପି ସେ ଜେଲରେ ପ୍ରଚୁର ଆମ୍ବ, ଆଳୁ ପୁରୀ ଓ ମିଠା ଖାଉଛନ୍ତି। ପ୍ରତିଦିନ ସେ ମିଠା ଓ ଆମ୍ବ ଖାଇ ନିଜର ରକ୍ତ ସର୍କରାକୁ ବୃଦ୍ଧି କରିବାରେ ଲାଗିଛନ୍ତି । ରକ୍ତ ସର୍କରା ବା ବ୍ଲଡ ସୁଗାର ବଢ଼ିବା ପରେ ସେ ମେଡିକାଲ ଗ୍ରାଉଣ୍ଡରେ ଜାମିନ ପାଇଯିବେ ବୋଲି ଲକ୍ଷ୍ୟ ରଖିଛନ୍ତି। ଦିଲ୍ଲୀର ରାଉଜ ଏଭିନ୍ୟୁ କୋର୍ଟରେ ଏହି ମାମଲାର ଶୁଣାଣି ଚାଲିଥିବା ବେଳେ ଇଡି କେଜ୍ରିୱାଲଙ୍କ ନାଁରେ ବଡ ଅଭିଯୋଗ ଆଣିଛି । ଏହି ଅଭିଯୋଗକୁ ନେଇ କୋର୍ଟ କେଜ୍ରିୱାଲଙ୍କ ଓକିଲଙ୍କୁ ଜେଲର ରିପୋର୍ଟ ଏବଂ କେଜ୍ରିୱାଲଙ୍କ ଡାଏଟ ପ୍ଳାନ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି । ଏହି ମାମଲାର ପରବର୍ତ୍ତୀ ଶୁଣାଣି ଆସନ୍ତାକାଲି ହେବ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼