Masthead

୩୦ ସହର ୪୦ ଡିଗ୍ରୀ ଉପରେ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଜଳୁଛି ଓଡ଼ିଶା । ତତଲା ତାୱାରେ ଭାଜି ହେଉଛି ରାଜଧାନୀ । ଯୁଆଡ଼େ ଚାହିଁଲେ ଖରା ଖାଲି ଖରା । ତାତିରୁ ମିଳୁନି ନିସ୍ତାର । ବିପଜ୍ଜନକ ସ୍ତର ଛୁଇଁଲାଣି ୟୁଭି ମାତ୍ରା, ଆଜିଠୁ କାଁ ଭାଁ କାଳବୈଶାଖୀ ବର୍ଷା ସମ୍ଭାବନା । ଗତକାଲି ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଥିଲା ବୌଦ୍ଧ ଓ ବାରିପଦା । ୩୦ଟି ସହରରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ଥିଲା । ହିଟୱେଭ ନେଇ ଆଜି ପାଇଁ ମୟୂରଭଞ୍ଜ, କେନ୍ଦୁଝର ଓ ଅନୁଗୁଳ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।

ସେହିପରି ବାଲେଶ୍ୱର, ଯାଜପୁର, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, ଖୋର୍ଦ୍ଧା, କଟକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଗ୍ରୀଷ୍ମଲହରି ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ତେବେ ଆଜି ସାମାନ୍ୟ ଆଶ୍ୱସ୍ତି ଦେଇପାରେ କାଳବୈଶାଖୀ । ଆଜିଠୁ ଦକ୍ଷିଣ ଓଡ଼ିଶା ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ହୋଇପାରେ । ବିଜୁଳି ଘଡ଼ଘଡ଼ି ସହ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବା ସମ୍ଭାବନା ରହିଛି । ୨୪ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବ ରହିପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଏହାର ପ୍ରଭାବରେ ବିଭିନ୍ନ ସ୍ଥାନରେ ଦିନ ତାପମାତ୍ରା ୨ରୁ ୪ ଡିଗ୍ରୀ ସେଲସିୟସ୍ ହ୍ରାସ ନେଇ ବିଭାଗ ପୂର୍ବାନୁମାନ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ