Masthead

ନିର୍ବାଚନର ଗୋଟିଏ ଦିନ ପରେ ପ୍ରାର୍ଥୀଙ୍କ ଚାଲିଗଲା ଜୀବନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ୧୯ରେ ପଡିଥିଲା ଭୋଟ୍, ୨୦ରେ ଚାଲିଗଲା ଜୀବନ । ୟୁପି ମୁରାଦାବାଦ ବିଜେପି ସାଂସଦ ପ୍ରାର୍ଥୀ କୁଅଁର ସର୍ବେଶ ସିଂହଙ୍କର ହୃଦଘାତରେ ମୃତ୍ୟୁ । ପ୍ରଥମ ପର୍ଯ୍ୟାୟ ନିର୍ବାଚନର ଗୋଟିଏ ଦିନ ପରେ ମୃତ୍ୟୁ ବରଣ କରିଛନ୍ତି ଭାରତୀୟ ଜନତା ପାର୍ଟିର ଲୋସଭା ପ୍ରାର୍ଥୀ। ଉତ୍ତରପ୍ରଦେଶ ମୋରାବାଦର ପ୍ରାର୍ଥୀ ସର୍ଭେଶ ସିଂ । ଯିଏ ପାଞ୍ଚଥର ବିଧାୟକ ଏବଂ ଗୋଟିଏ ଥର ଏମପି ଥିଲେ । ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୨ ବର୍ଷ ହୋଇଥିଲା।

ଦୀର୍ଘ ଦିନ ଧରି ଅସୁସ୍ଥ ଥିବା ସର୍ଭେଶ ସିଂ ଦିଲ୍ଲୀର ଏକ ଡାକ୍ତରଖାନାରେ ଚିକିତ୍ସିତ ହେଉଥିଲେ। ୟୁପି ବିଜେପି ମୁଖ୍ୟ ଭୁପେନ୍ଦ୍ର ଚୌଧୁରୀ ନ୍ୟୁଜ୍ ଏଜେନ୍ସି ପିଟିଆଇକୁ କହିଛନ୍ତି ଯେ କନୱର ସର୍ଭେଶ କୁମାରଙ୍କ ଦେହାନ୍ତ ହୋଇଛି। ସର୍ଭେଶ ତାଙ୍କ ଗଳାରେ କିଛି ଅସୁବିଧା ଅନୁଭବ କରୁଥିଲେ ଏବଂ ନିକଟରେ ତାଙ୍କର ଅପରେସନ୍ ହୋଇଥିଲା। ଗତକାଲି ସେ ଚେକ୍ ଅପ୍ ପାଇଁ ଏମ୍ସ ଯାଇଥିଲେ ବୋଲି ଚୌଧୁରୀ କହିଛନ୍ତି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସର୍ଭେଶଙ୍କ ମୃତ୍ୟୁକୁ “ବିଜେପି ପରିବାର ପାଇଁ ଅପୂରଣୀୟ କ୍ଷତି” ବୋଲି କହିଛନ୍ତି।

କୁଅଁର ସର୍ବେଶ ସିଂହ ୨୨ ଡିସେମ୍ବର ୧୯୫୨ରେ ୟୁପିର ରତୁପୁରା ଗ୍ରାମରେ ଜନ୍ମଗ୍ରହଣ କରିଥିଲେ । ବୃତିରେ ବ୍ୟବସାୟୀ ଥିଲେ ମଧ୍ୟ ସର୍ବେଶ ସିଂହ କମ୍ ବୟସରେ ରାଜନୀତିରେ ପ୍ରବେଶ କରିଥିଲେ । ସେ ୧୯୯୧ରୁ ୨୦୦୭ ଏବଂ ୨୦୧୨ରୁ ୨୦୧୪ ପର୍ୟ୍ୟନ୍ତ ୟୁପିର ଠାକୁରଦ୍ୱାର ନିର୍ବାଚନ ମଣ୍ଡଳୀରୁ ବିଧାନସଭାକୁ ନିର୍ବାଚିତ ହୋଇଥିଲେ ଏବଂ ୫ ଥର ବିଧାୟକ ହୋଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଝଡ଼ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ଝଡ଼ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା