Masthead

୬୭ ରନରେ ଦିଲ୍ଲୀ କ୍ୟାପିଟାଲ୍ସକୁ ପରାସ୍ତ କଲା ସନରାଇଜର୍ସ ହାଇଦ୍ରାବାଦ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ଆଇପିଏଲ ୨୦୨୪ର ୩୫ତମ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସକୁ ପରାସ୍ତ କଲା ସନରାଇଜର୍ସ ହାଇଦ୍ରାବାଦ । ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚରେ ଟସ୍ ହାରିବା ପରେ ପ୍ରଥମେ ବ୍ୟାଟିଂ କରିବାକୁ ଆସିଥିବା ସନରାଇଜର୍ସ ହାଇଦ୍ରାବାଦର ଓପନର ଟ୍ରାଭିସ୍ ହେଡ୍ ଏବଂ ଅଭିଷେକ ଶର୍ମାଙ୍କ ଧୂଆଁଧାର ବ୍ୟାଟିଂ କରି ବିନା କୌଣସି ୱିକେଟ ହରାଇ ଆଇପିଏଲରେ ୧୨୫ ରନ୍ କରି ଇତିହାସ ରଚିଛନ୍ତି। ପାୱାର ପ୍ଲେରେ ସନରାଇଜର୍ସ ହାଇଦ୍ରାବାଦ ୧୨୫ ରନ୍ ସ୍କୋର କରିଛି। ଏହାଦ୍ବାରା ସନରାଇଜର୍ସ ହାଇଦ୍ରାବାଦ ଆଇପିଏଲରେ ପାୱାରପ୍ଲେରେ ସର୍ବାଧିକ ରନ୍ ସ୍କୋର କରୁଥିବା ଦଳ ହୋଇପାରିଛି। ଏହାପୂର୍ବରୁ ଏହି ରେକର୍ଡ କୋଲକାତା ନାଇଟ୍ ରାଇଡର୍ସ ନାମରେ ଥିଲା।

୨୬୭ ରନ ବିଜୟ ଲକ୍ଷ୍ୟରେ ଦିଲ୍ଲୀ କ୍ୟାପିଟାଲ୍ସ ୧୯.୧ ଓଭରରେ ୧୯୯ ରନକରି ଅଲ୍‌ଆଉଟ ହୋଇ ଯାଇଥିଲା। ୧୫ ବଲ୍‌ରୁ ଅର୍ଦ୍ଧଶତକ ପୂରଣ କରିଥିବା ଜ୍ୟାକ ଫ୍ରାସର-ମ୍ୟାକଗ୍ରୁକ୍‌ ୧୮ ବଲ୍‌ରୁ ୬୫ (୫ ଚୌକା, ୭ ଛକା) ରନ କରିଥିଲେ ହେଁ ଅନ୍ୟ କୌଣସି ବ୍ୟାଟର ସେପରି ଦ୍ରୁତ ହାରରେ ରନ ସଂଗ୍ରହ କରିପାରି ନ ଥିଲେ। ଅଧିନାୟକ ରିଷଭ ପନ୍ତ ୩୫ ବଲ୍‌ରୁ ୪୪, ଅଭିଷେକ ପୋରେଲ ୨୨ ବଲ୍‌ରୁ ୪୨ ରନର ଯୋଗଦାନ ଦେଇଥିବାବେଳେ ଅନ୍ୟମାନେ ବିଫଳ ହୋଇଥିଲେ। ସନ୍‌ରାଇଜର୍ସ ପକ୍ଷରୁ ଟି. ନଟରାଜନ ସର୍ବାଧିକ ୪ଟି, ମୟଙ୍କ ମାର୍କଣ୍ଡେ ଓ ନୀତୀଶ କୁମାର ରେଡ୍ଡୀ ୨ଟି ଲେଖାଏ ଏବଂ ଓ୍ବାଶିଂଟନ ସୁନ୍ଦର ଓ ଭୁବନେଶ୍ୱର କୁମାର ଗୋଟିଏ ଲେଖାଏ ଉଇକେଟ ନେଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦେଶବ୍ୟାପୀ ଶ୍ରମିକ ସଙ୍ଗଠନର ‘ଭାରତ ବନ୍ଦ’ ଡାକରା 🔴 ନୀଳକନ୍ଦରକୁ ବିଜେ କଲେ ନୀଳମଣି, ଆଜିଠୁ ଭକ୍ତଙ୍କୁ ମିଳିବ ନୀଳାଚଳ ଅବଢ଼ା 🔴 ଜନ୍ମବେଦୀରେ ସରିଲା ଲୀଳାଖେଳା, ନୀଳକନ୍ଦରକୁ ଫେରିବେ ନୀଳମଣି 🔴 ରାଜ୍ୟରେ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ 🔴 ମନମୋହନ ରିପିଟ୍ 🔴 ଗଞ୍ଜାମରେ ଡାଇରିଆ ଆତଙ୍କ 🔴 ଆଜି ଅଧରପଣା ନୀତି 🔴 ଭାଙ୍ଗିଲା ରଥ ଚକ, ଭକ୍ତଙ୍କ କାନ୍ଧରେ ଗଲେ ଜଗନ୍ନାଥ 🔴 ଖୋଲିଲା ହୀରାକୁଦ ଗେଟ୍ 🔴 ୧୨ ଘଣ୍ଟାରେ ଲଘୁଚାପ! 🔴 ଆଜି ଦେଶବ୍ୟାପୀ ଶ୍ରମିକ ସଙ୍ଗଠନର ‘ଭାରତ ବନ୍ଦ’ ଡାକରା 🔴 ନୀଳକନ୍ଦରକୁ ବିଜେ କଲେ ନୀଳମଣି, ଆଜିଠୁ ଭକ୍ତଙ୍କୁ ମିଳିବ ନୀଳାଚଳ ଅବଢ଼ା 🔴 ଜନ୍ମବେଦୀରେ ସରିଲା ଲୀଳାଖେଳା, ନୀଳକନ୍ଦରକୁ ଫେରିବେ ନୀଳମଣି 🔴 ରାଜ୍ୟରେ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ 🔴 ମନମୋହନ ରିପିଟ୍ 🔴 ଗଞ୍ଜାମରେ ଡାଇରିଆ ଆତଙ୍କ 🔴 ଆଜି ଅଧରପଣା ନୀତି 🔴 ଭାଙ୍ଗିଲା ରଥ ଚକ, ଭକ୍ତଙ୍କ କାନ୍ଧରେ ଗଲେ ଜଗନ୍ନାଥ 🔴 ଖୋଲିଲା ହୀରାକୁଦ ଗେଟ୍ 🔴 ୧୨ ଘଣ୍ଟାରେ ଲଘୁଚାପ!