Masthead

“ଟିକେଟ ଦେଇ ଟିକେଟ କାଟିବା କାରଣ କଣ”

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କଂଗ୍ରେସରୁ ଇସ୍ତଫା ଦେଇଛନ୍ତି ଭାରତୀୟ ହକି ଦଳର ପୂର୍ବତନ ଅଧିନାୟକ ପ୍ରବୋଧ ତିର୍କୀ । ତଳସରା ଆସନରୁ ବେବେନ୍ଦ୍ରଙ୍କୁ ଟିକେଟ ମିଳିବା ପରେ ଦଳ ଛାଡ଼ିଲେ ପ୍ରବୋଧ । ଟିକେଟ ଦେଇ ଟିକେଟ କାଟିବା କାରଣ କଣ ବୋଲି କହିଛନ୍ତି ପ୍ରବୋଧ ତିର୍କୀ । ସୂଚନା ଅନୁସାରେ ସୁନ୍ଦରଗଡ଼ ଜିଲ୍ଲା ତଳସରା ବିଧାନସଭା ଆସନ ପାଇଁ କଂଗ୍ରେସ ପ୍ରଥମେ ହକି ତାରକା ପ୍ରବୋଧ ତିର୍କୀଙ୍କ ନାଁ ଘୋଷଣା କରିଥିଲା । ନାଁ ଘୋଷଣା ପରେ ତଲସରାରେ ପ୍ରଚାର ମଧ୍ୟ କରିଥିଲେ ପ୍ରବୋଧ । କିନ୍ତୁ ହଠାତ୍ ପ୍ରବୋଧଙ୍କ ଟିକେଟ୍‌ କାଟି ଦେଇଥିଲା କଂଗ୍ରେସ ।

ତାଙ୍କ ବଦଳରେ ଦଳ ଦେବେନ୍ଦ୍ର ଭିତରିଆଙ୍କୁ ଟିକେଟ୍ ଦେଇଥିଲା । ପ୍ରବୋଧ କହିଛନ୍ତି ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ସହ ଯୋଗାଯୋଗ କରିବାକୁ ଚେଷ୍ଟା କଲି କିନ୍ତୁ ବିଫଳ ହେଲି । ଲୋକଙ୍କ ସେବା କରିବାକୁ କଂଗ୍ରେସରେ ସାମିଲ ହୋଇଥିଲି କିନ୍ତୁ ଦଳରେ ସମ୍ମାନ ମିଳିଲାନି । ଏବେ କଂଗ୍ରେସ ଛାଡ଼ିଲି କର୍ମୀଙ୍କ ସହ ଆଲୋଚନା କରି ଆଗକୁ ନିଷ୍ପତ୍ତି କ’ଣ ନେବି ସେ ବାବଦରେ ଜଣାଇବି । ଗତବର୍ଷ ସେପ୍ଟେମ୍ବର ମାସରେ ଚାକିରି ଛାଡ଼ି କଂଗ୍ରେସରେ ଯୋଗ ଦେଇଥିଲେ ପ୍ରବୋଧ ତିର୍କୀ। ଭୁବନେଶ୍ୱର କଂଗ୍ରେସ ଭବନରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ଉପସ୍ଥିତିରେ ପ୍ରବୋଧ କଂଗ୍ରେସରେ ସାମିଲ ହୋଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ