Masthead

ପ୍ରଚାର ଆରମ୍ଭ କଲେ ପ୍ରଶାନ୍ତ

ଜଗତସିଂହପୁର (ବଡ଼ ଖବର ବ୍ୟୁରୋ): ଜଗତସିଂହପୁର ନିର୍ବାଚନମଣ୍ଡଳିର ବିଜେଡି ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ କୁମାର ମୁଦୁଲି ତାଙ୍କର ସମର୍ଥକମାନଙ୍କ ସହିତ ଏକ ଶୋଭାଯାତ୍ରାରେ ଯାଇ ମାଆ ଶାରଳାଙ୍କ ଦର୍ଶନ କରି ଆଶୀର୍ବାଦ ଭିକ୍ଷା କରିବା ସହିତ ବଉଳ ଗଛରେ ଡୋରି ବାନ୍ଧି ନିର୍ବାଚନମଣ୍ଡଳିରେ ପ୍ରଚାର ଆରମ୍ଭ କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁଣି ଥରେ ଜଗତସିଂହପୁର ନିର୍ବାଚନମଣ୍ଡଳି ଜନସାଧାରଣମାନଙ୍କର ସେବା କରିବାର ସୁଯୋଗ ଦେଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଛନ୍ତି ପ୍ରଶାନ୍ତ କୁମାର ମୁଦୁଲି ।

ସାଧାରଣ ନିର୍ବାଚନକୁ ଆଉ କମ ଦିନ ଥିବାବେଳେ ପ୍ରଚାର କାର୍ଯ୍ୟକୁ ଜୋରଦାର କରାଯିବ ବୋଲି ସେ କହିବା ସହ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନା କିପରି ସାଧାରଣ ଜନତାଙ୍କ ନିକଟରେ ପହଞ୍ଚିବ ସେ ସମ୍ପର୍କରେ ଲୋକଙ୍କ ସହିତ ଆଲୋଚନା କରି ବିକାଶ ଧାରାରେ ସାମିଲ ହେବାକୁ ଆହ୍ୱାନ ଦେଇଥିଲେ । ପରେ ଜଗତସିଂହପୁର ସ୍ଥିତ ଥାନା ଛକ ନିକଟରେ ଥିବା ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଶୋଭାଯାତ୍ରାରେ ବିଜେଡି ପାର୍ଟି ଅଫିସ ପର୍ଯ୍ୟନ୍ତ ଯିବା ପରେ ସେଠାରେ ନିର୍ବାଚନ କାର୍ଯ୍ୟାଳୟ ଉଦଘାଟନ କରିଥିଲେ । ଆଗାମୀ ସାଧାରଣ ନିର୍ବାଚନରେ ଜଗତସିଂହପୁର ନିର୍ବାଚନମଣ୍ଡଳିରେ ବିଜେଡି ବିପୁଳ ବିଜୟ ଲାଭ କରିବ ବୋଲି କହିଛନ୍ତି ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ କୁମାର ମୁଦୁଲି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା