Masthead

ବାପାର କଟୁରୀ ଚୋଟରେ ପୁଅ ଲହୁଲୁହାଣ

ମାହାଙ୍ଗା (ବଡ଼ ଖବର ବ୍ୟୁରୋ): ମାହାଙ୍ଗା ଥାନା ଲଳିତଗିରି ପଞ୍ଚାୟତରେ ଘଟିଛି ଅଭାବନୀୟ ଘଟଣା   । ପାରିବାରିକ କଳହ ପାଇଁ ବାପାର କଟୁରୀ ଚୋଟରେ ପୁଅ ଗୁରୁତର ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛି ।  ଅବସ୍ଥା ସଙ୍କଟାପନ୍ନ ଥିବାରୁ କଟକ ଏସସିବିକୁ ସ୍ଥାନାନ୍ତର ପାଇଁ ମାହାଙ୍ଗା ମେଡିକାଲ ପକ୍ଷରୁ ଡାକ୍ତର ନିର୍ଦ୍ଦେଶ ଦେଇଥିବା ଜଣାପଡୁଛି  । ସୂଚନା ମୁତାବକ ଶୋଇଥିବା ଅବସ୍ଥାରେ ବାପା ମାନସ ବେହେରା ପୁଅ ଅଜିତ ବେହେରାଙ୍କ ବେକକୁ କଟୁରୀରେ ହାଣି ଦେଇଥିଲେ  । ରକ୍ତ ଜୁଡୁବୁଡୁ ଅବସ୍ଥାରେ ପୁଅ ଅଜିତକୁ ପ୍ରଥମେ ମାହାଙ୍ଗା ସରକାରୀ ହସ୍ପିଟାଲକୁ ନିଆଯାଇଥିଲା  ।

ତେବେ ଅବସ୍ଥା ଶଙ୍କଟାପନ୍ନ ହେବାରୁ ସେଠାରୁ କଟକ ସ୍ଥାନାନ୍ତର କରାଯାଇଛି  । ପୁତ୍ର ହନ୍ତା ବାପାକୁ ଗ୍ରାମବାସୀ ମାନେ କାବୁକରୀ ପୋଲିସ ଜିମା ଦେଇଛନ୍ତି  । ମାହାଙ୍ଗା ପୋଲିସ ଘଟଣାସ୍ଥଳରେ ପହଂଚି ତଦନ୍ତ ଜାରିରଖିଛି  । ମାତ୍ର ଶହେ ଟଙ୍କା ପାଇଁ ବାପ ପୁଅକୁ ହାଣିଥିବା ସ୍ୱୀକାର କରିଛି  । ଲଳିତଗିରି ଅଂଚଳର ଏହି ଲୋମ ଟାଙ୍କୁରା ଘଟଣା ସାରା ମାହାଙ୍ଗାରେ ଆଲୋଡନ ସୃଷ୍ଟି କରିଛି  । ବୋହୂର ଟଙ୍କା ଚୋରି କରି ଧରା ପଡିବାରୁ ଉତକ୍ଷିପ୍ତ ହୋଇ ବାପ ପୁଅକୁ ହାଣିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି  । ତେବେ ପୁଅ ଜୀବନ ମୃତ୍ୟୁ ସହ ହସ୍ପିଟାଲରେ ସଂଘର୍ଷ କରୁଥିବା କୁହାଯାଉଛି  । ଅପରାଧୀ ବାପାକୁ ଉପଯୁକ୍ତ ଶାସ୍ତି ପାଇଁ ଗ୍ରାମବାସୀ ମାନେ ଦାବି କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ