Masthead

ଜମିଜମା ବିବାଦକୁ ନେଇ ରକ୍ତମୁଖା ଭଣଜା

ବାଲିଗୁଡା (ବଡ଼ ଖବର ବ୍ୟୁରୋ): ବାଲିଗୁଡ଼ା ଥାନା ଆଣ୍ଟସାହିରେ ଚାଞ୍ଚଲ୍ୟ। ଘର ନିର୍ମାଣକୁ ନେଇ ମାମୁଁ ଓ ଭଣଜା ମୁହାଁମୁହିଁ। ରକ୍ତମୁଖା ହେଲେ ଭଣଜା ଏମଡି ଆଶରଫ। ପୂର୍ବ ପ୍ରସ୍ତୁତି ଅନୁଯାୟୀ ଭଣଜା ଆଶ୍ରଫଓ ତା ତିନି ପୁଅ ମିଶି ପ୍ରଥମେ ଆଲାଉଦିନଙ୍କ ମୁହଁରେ ଲଙ୍କା ଗୁଣ୍ଡ ମାରି ବେହୋଶ କରିଥିଲେ ଓ ପରେ ଧାରୁଆ ଅସ୍ତ୍ର ସାହାଯ୍ୟରେ ମାମୁଁ ଆଲାଉଦ୍ଦିନ ଓ ତାଙ୍କ ଦୁଇ ପୁଅଙ୍କୁ ମାରଣାତ୍ମକ ଆକ୍ରମଣ କରିଥିଲେ ।

ମୁଣ୍ଡରେ ଗଭୀର ଆଘାତ ଲାଗିଛି। ରକ୍ତ ଜୁଡୁବୁଡୁ ଗୁରୁତର ଅବସ୍ଥାରେ ମାମୁଁ ଆଲାଉଦିନଙ୍କୁ ଉଦ୍ଧାର କରିଛନ୍ତି ମସଜିଦ ସାହିର ଗ୍ରାମବାସୀ। ବର୍ତ୍ତମାନ ଉକ୍ତ ଘଟଣାରେ ସମୁଦାୟ ୭ ଜଣ ଗୁରୁତର ଆହତ ହୋଇ ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି । ଘଟଣାସ୍ଥଳରେ ବାଲିଗୁଡ଼ା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ଓ ବର୍ତ୍ତମାନ ସୁଦ୍ଧା କାହାରିକୁ ଗିରଫ କରାଯାଇନାହିଁ ବୋଲି ସୂଚନା ମିଳିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ