Masthead

ବିଦ୍ୟୁତ ନେଲା ବିଦ୍ୟୁତ କର୍ମଚାରୀଙ୍କ ଜୀବନ

କେନ୍ଦୁଝର, (ବଡ଼ ଖବର ବ୍ୟୁରୋ): ବିଦ୍ୟୁତ ଆଘାତରେ ବିଦ୍ୟୁତ କର୍ମଚାରୀଙ୍କ ମୃତ୍ୟୁ । ଏଭଳି ଅଭାବନୀୟ ଘଟଣା ଘଟିଛି କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ଶିରିପୁର ନିକଟରେ । ଆଜି ଅପରାହ୍ନରେ ପୌରପାଳିକାର ବିଦ୍ୟୁତ ଲାଇନ ସଜାଡ଼ୁଥିବା ବେଳେ ୧୧ କେଭି ବିଦ୍ୟୁତ ସଂସ୍ପର୍ଶରେ ଆସି ଜଣେ ବିଦ୍ୟୁତ କର୍ମଚାରୀଙ୍କ ମୃତ୍ୟୁ ଘଟିଛି । ମୃତକ ହେଉଛନ୍ତି ପଳାସପଙ୍ଗା ନିକଟସ୍ଥ ବାଙ୍କମାରୁଣି ଗ୍ରାମର ବିନୋଦ ମହାନ୍ତ । ବିନୋଦ ପୌରପାଳିକାର କଣ୍ଟ୍ରାକ୍ଟର ଅଧୀନରେ ଠିକା ଶ୍ରମିକ ଭାବେ କାର୍ଯ୍ୟ କରୁଥିଲେ । ବିଦ୍ୟୁତ ଆଘାତ ପରେ ତାଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ସେଠାରେ ଡାକ୍ତର କାଙ୍କୁ ମୃତ ଘୋଷଣା କରିଥିଲେ । ଟାଉନ ଥାନା ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ