Masthead

୧୪ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ସହ ଗୁଳୁଗୁଳି ଜାରି ରହିଥିବାବେଳେ ରବିବାର ଦ୍ୱିତୀୟ ଦିନ ପାଇଁ ବାରିପଦା ରାଜ୍ୟର ପ୍ରଥମ ଓ ଦେଶର ଦ୍ୱିତୀୟ ଉତ୍ତପ୍ତ ସହର ପାଲଟିଥିଲା। ଏଠାରେ ସର୍ବୋଚ୍ଚ ଦିନ ତାପମାତ୍ରା ୪୪.୬ ଡିଗ୍ରୀ ସେଲସିୟସ ରହିଥିଲା। ସେହିଭଳି ୩୦ ସହରରେ ତାପମାତ୍ରା ୪୦ ଡିଗ୍ରୀ କିମ୍ବା ଅଧିକ ରେକର୍ଡ କରାଯାଇଥିବାବେଳେ ୯ ସହରରେ ପାରଦ ୪୩ ଡିଗ୍ରୀ ପାର୍‌ କରିଥିଲା। ଆଉ ଗୋଟିଏ ଦିନ ଏଭଳି ସ୍ଥିତି ଲାଗିବ ରହିବ ଓ ଏହାପରେ ପାଗରେ ସାମାନ୍ୟ ପରିବର୍ତ୍ତନର ସମ୍ଭାବନା ରହିଛି। ଆଜି ମଧ୍ୟ ହିଟ୍ ୱେଭ ସ୍ଥିତି ଜାରି ରହିବ ବୋଲି ପୂର୍ବାନୁମାନ କରିଛି ଆଂଚଳିକ ପାଣିପାଗ କେନ୍ଦ୍ର ।

୧୪ଟି ଜିଲ୍ଲା ପାଇଁ ଅରେଂଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୮ଟି ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଗତକାଲି ରାଜ୍ୟର ୯ଟି ସହରରେ ତାପମାତ୍ରା ୪୩ ଡିଗ୍ରୀ କିମ୍ବା ତା ଠାରୁ ଅଧିକ ରେକର୍ଡ ହୋଇଛି । ୪୪.୬ ଡିଗ୍ରୀ ସହ ଉତପ୍ତ ସହର ହୋଇଛି ବାରିପଦା । ୩୦ ସହରରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରେକର୍ଡ କରାଯାଇଛି । ନୂଆପଡାରେ ତାପମାତ୍ରା ୪୪ ଡିଗ୍ରୀ, ତାଳଚେରରେ ୪୩.୮ ଡିଗ୍ରୀ ରେକର୍ଡ ହୋଇଛି ।

ତାଳଚେର, ଝାରୁସୁଗୁଡା, କେନ୍ଦୁଝର, ଅନୁଗୁଳ, ବଲାଙ୍ଗିର, ସୁନ୍ଦରଗଡ ଓ ବୌଦ୍ଧରେ ତାପମାତ୍ରା ୪୩ ଡିଗ୍ରୀରୁ ଅଧିକ ରହିଛି । ତେବେ ଗତକାଲି ରାଜ୍ୟର କିଛି ସ୍ଥାନରେ କାଳବୈଶାଖୀ ବର୍ଷା ଆରମ୍ଭ ହୋଇଯାଇଛି । କାଳବୈଶାଖୀ ବର୍ଷା ଯୋଗୁଁ ଏବେ ଦିନେ-ଦୁଇ ଦିନ ମଧ୍ୟରେ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ହ୍ରାସ ପାଇପାରେ । ୨୫ ତାରିଖରୁ ପୁଣି ତାତି ବଢିବ ବୋଲି ଆକଳନ କରିଛି ପାଣିପାଗ ବିଭାଗ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ