୧୪ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ସହ ଗୁଳୁଗୁଳି ଜାରି ରହିଥିବାବେଳେ ରବିବାର ଦ୍ୱିତୀୟ ଦିନ ପାଇଁ ବାରିପଦା ରାଜ୍ୟର ପ୍ରଥମ ଓ ଦେଶର ଦ୍ୱିତୀୟ ଉତ୍ତପ୍ତ ସହର ପାଲଟିଥିଲା। ଏଠାରେ ସର୍ବୋଚ୍ଚ ଦିନ ତାପମାତ୍ରା ୪୪.୬ ଡିଗ୍ରୀ ସେଲସିୟସ ରହିଥିଲା। ସେହିଭଳି ୩୦ ସହରରେ ତାପମାତ୍ରା ୪୦ ଡିଗ୍ରୀ କିମ୍ବା ଅଧିକ ରେକର୍ଡ କରାଯାଇଥିବାବେଳେ ୯ ସହରରେ ପାରଦ ୪୩ ଡିଗ୍ରୀ ପାର୍‌ କରିଥିଲା। ଆଉ ଗୋଟିଏ ଦିନ ଏଭଳି ସ୍ଥିତି ଲାଗିବ ରହିବ ଓ ଏହାପରେ ପାଗରେ ସାମାନ୍ୟ ପରିବର୍ତ୍ତନର ସମ୍ଭାବନା ରହିଛି। ଆଜି ମଧ୍ୟ ହିଟ୍ ୱେଭ ସ୍ଥିତି ଜାରି ରହିବ ବୋଲି ପୂର୍ବାନୁମାନ କରିଛି ଆଂଚଳିକ ପାଣିପାଗ କେନ୍ଦ୍ର ।

୧୪ଟି ଜିଲ୍ଲା ପାଇଁ ଅରେଂଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୮ଟି ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଗତକାଲି ରାଜ୍ୟର ୯ଟି ସହରରେ ତାପମାତ୍ରା ୪୩ ଡିଗ୍ରୀ କିମ୍ବା ତା ଠାରୁ ଅଧିକ ରେକର୍ଡ ହୋଇଛି । ୪୪.୬ ଡିଗ୍ରୀ ସହ ଉତପ୍ତ ସହର ହୋଇଛି ବାରିପଦା । ୩୦ ସହରରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରେକର୍ଡ କରାଯାଇଛି । ନୂଆପଡାରେ ତାପମାତ୍ରା ୪୪ ଡିଗ୍ରୀ, ତାଳଚେରରେ ୪୩.୮ ଡିଗ୍ରୀ ରେକର୍ଡ ହୋଇଛି ।

ତାଳଚେର, ଝାରୁସୁଗୁଡା, କେନ୍ଦୁଝର, ଅନୁଗୁଳ, ବଲାଙ୍ଗିର, ସୁନ୍ଦରଗଡ ଓ ବୌଦ୍ଧରେ ତାପମାତ୍ରା ୪୩ ଡିଗ୍ରୀରୁ ଅଧିକ ରହିଛି । ତେବେ ଗତକାଲି ରାଜ୍ୟର କିଛି ସ୍ଥାନରେ କାଳବୈଶାଖୀ ବର୍ଷା ଆରମ୍ଭ ହୋଇଯାଇଛି । କାଳବୈଶାଖୀ ବର୍ଷା ଯୋଗୁଁ ଏବେ ଦିନେ-ଦୁଇ ଦିନ ମଧ୍ୟରେ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ହ୍ରାସ ପାଇପାରେ । ୨୫ ତାରିଖରୁ ପୁଣି ତାତି ବଢିବ ବୋଲି ଆକଳନ କରିଛି ପାଣିପାଗ ବିଭାଗ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ