Masthead

ହିଂଜିଳିରୁ ପ୍ରଚାର ଆରମ୍ଭ କରିବେ ବିଜେଡି ସୁପ୍ରିମୋ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତା ୨୪ରୁ ପ୍ରଚାର ମଇଦାନକୁ ଓହ୍ଲାଇବେ ମୁଖ୍ୟମନ୍ତ୍ରୀ । ହିଂଜିଳି ବିଧାନସଭା ନିର୍ବାଚନମଣ୍ଡଳିରୁ ପ୍ରଚାର ଆରମ୍ଭ କରିବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ୨୪ରେ ହିଂଜିଳି ବିଧାନସଭା ନିର୍ବାଚନ ମଣ୍ଡଳୀରେ ପ୍ରଚାର କରିବାକୁ ଥିବା ବେଳେ ୨୫ ତାରିଖରେ ରାୟଗଡ଼ାରେ ପ୍ରଚାର କରିବାର ସୂଚନା ରହିଛି । ଗତଥର ଭଳି ଏଥର ମଧ୍ୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇଟି ବିଧାନସଭା ଆସନରୁ ନିର୍ବାଚନ ଲଢ଼ୁଛନ୍ତି ।

ସେପଟେ ଆସନ୍ତା ୨୫ ତାରିଖରେ ଓଡ଼ିଶା ଆସିବେ ଅମିତ ଶାହ । ସୂଚନା ଦେଇଛନ୍ତି ବିଜେପି ଉପସଭାପତି ଗୋଲକ ମହାପାତ୍ର । ୨୫ରେ ସୋନପୁରରେ ଜନସଭାକୁ ସମ୍ବୋଧନ କରିବେ ଶାହ । ପରେ ଭୁବନେଶ୍ୱରରେ କାର୍ଯ୍ୟକର୍ତ୍ତାଙ୍କ ସହ ଆଲୋଚନା କରିବେ । ନିର୍ବାଚନୀ ରଣନୀତି ନେଇ କର୍ମକର୍ତ୍ତାଙ୍କ ସହ ଆଲୋଚନା କରିବେ । ବଲାଙ୍ଗିର ଲୋକସଭା ନିର୍ବାଚନମଣ୍ଡଳିରେ ସୋନପୁର ଆସୁଥିବା ବେଳେ ଏହି ସଂସଦୀୟ କ୍ଷେତ୍ରରେ ସଂଗୀତା ସିଂହ ଦେଓଙ୍କୁ ସାଂସଦ ପ୍ରାର୍ଥୀ କରିଛି ଦଳ ।

ସେହିପରି ସୋନପୁର ବିଧାନସଭା କ୍ଷେତ୍ରରୁ ପ୍ରମୋଦ ମହାପାତ୍ରଙ୍କୁ ମିଳିଛି ଟିକେଟ । ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବା ସହ ନିର୍ବାଚନରେ ବିଜୟୀ ହେବାକୁ ନେତା ଓ କର୍ମୀଙ୍କୁ ଗୁରୁମନ୍ତ୍ର ଦେବେ ଅମିତ ଶାହା । ଏଥିସହ ଭୁବନେଶ୍ୱରରେ ଦଳର ରାଜ୍ୟ ନେତୃତ୍ୱଙ୍କୁ ଭେଟି ରଣନୀତି ସମ୍ପର୍କରେ ଆଲୋଚନା କରିବେ । କାର୍ଯ୍ୟକ୍ରମ ସରିବା ପରେ ଭୁବନେଶ୍ୱରରେ ରାତ୍ରୀଯାପନ କରିବେ କେନ୍ଦ୍ର ଗୃହମନ୍ତ୍ରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାଙ୍ଗିଲା ରଥ ଚକ, ଭକ୍ତଙ୍କ କାନ୍ଧରେ ଗଲେ ଜଗନ୍ନାଥ 🔴 ଖୋଲିଲା ହୀରାକୁଦ ଗେଟ୍ 🔴 ୧୨ ଘଣ୍ଟାରେ ଲଘୁଚାପ! 🔴 ମହଣ ମହଣ ସୁନାରେ ଝଟକିବେ ମଣିମା 🔴 ସଲମାନ ଖାନଙ୍କ ଗଲୱାନ 🔴 ପାଟନାରେ ବିଜେପି ନେତାଙ୍କୁ ଗୁଳିମାଡ଼ 🔴 ପରଦାକୁ ଆସିଲା ଓଡ଼ିଆ ସିନେମା ‘ନବକଳେବର’ 🔴 ଆହୁରି ତିନି ଦିନ ଭିଜିବ ଓଡ଼ିଶା 🔴 ସରିଲା ଆଡ଼ପମଣ୍ଡପ ଲୀଳା, ଅପେକ୍ଷାରେ ମାଆ 🔴 ପୁରୀ ହେବ ମହାନଗରନିଗମ : ମୋହନ ଚରଣ ମାଝୀ 🔴 ଭାଙ୍ଗିଲା ରଥ ଚକ, ଭକ୍ତଙ୍କ କାନ୍ଧରେ ଗଲେ ଜଗନ୍ନାଥ 🔴 ଖୋଲିଲା ହୀରାକୁଦ ଗେଟ୍ 🔴 ୧୨ ଘଣ୍ଟାରେ ଲଘୁଚାପ! 🔴 ମହଣ ମହଣ ସୁନାରେ ଝଟକିବେ ମଣିମା 🔴 ସଲମାନ ଖାନଙ୍କ ଗଲୱାନ 🔴 ପାଟନାରେ ବିଜେପି ନେତାଙ୍କୁ ଗୁଳିମାଡ଼ 🔴 ପରଦାକୁ ଆସିଲା ଓଡ଼ିଆ ସିନେମା ‘ନବକଳେବର’ 🔴 ଆହୁରି ତିନି ଦିନ ଭିଜିବ ଓଡ଼ିଶା 🔴 ସରିଲା ଆଡ଼ପମଣ୍ଡପ ଲୀଳା, ଅପେକ୍ଷାରେ ମାଆ 🔴 ପୁରୀ ହେବ ମହାନଗରନିଗମ : ମୋହନ ଚରଣ ମାଝୀ