ସ୍କୁଲରେ ତାଲା ଭାଙ୍ଗି ଲୁଟ

ବସ୍ତା (ବଡ଼ ଖବର ବ୍ୟୁରୋ): ବାଲେଶ୍ୱର ଜିଲ୍ଲା ବସ୍ତା ଥାନା ଗୋବରଘୋଟି ସରକାରୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରୁ ତାଲା ଭାଙ୍ଗି ଲକ୍ଷାଧିକ ଟଙ୍କାର ସାମଗ୍ରୀ ଲୁଟି ନେଲେ ଦୃର୍ବୁତ୍ତ । ଗତକାଲି ରାତିରେ ଦୃର୍ବୁତ୍ତମାନେ ବିଦ୍ୟାଳୟର ଶ୍ରେଣୀ ଗୃହରେ ଥିବା ଗୋଟିଏ ଏଲଇଡି ଟିଭି, କିଛି ଖେଳ ସାମଗ୍ରୀ ଲୁଟି ନେଇଥିବା ଜଣା ପଡିଛି । ଆଜି ସକାଳେ ସ୍କୁଲର ଶିକ୍ଷକମାନେ ସ୍କୁଲ ଆସି ଶ୍ରେଣୀ ଗୃହରେ ତାଲା ଭଙ୍ଗା ଯାଇଥିବା ଦେଖି ଗ୍ରାମବାସୀଙ୍କୁ ଜଣାଇଥିଲେ ।

ଗ୍ରାମବାସୀ ଘଟଣାସ୍ଥଳରେ ପହିଞ୍ଚି ପୋଲିସକୁ ଖବର ଦେଇଥିଲେ । ପୋଲିସ ଘଟଣାର ତଦନ୍ତ କରୁଛି । ଚୋରି ହୋଇଥିବା ସାମଗ୍ରୀର ମୂଲ୍ୟ ୪ ଟକ୍ଷ ୫୦ ହଜାର ଟଙ୍କା ହେବ ବୋଲି ଅଭିଯୋଗ ହୋଇଛି । ଚୋରି ହୋଇଥିବା ଏଲଇଡି ଟିଭିର ମୁଲ୍ୟ ୪ ଲକ୍ଷ ଟଙ୍କା ହୋଇଥିବା ବେଳେ ଅନ୍ୟ ସାମଗ୍ରୀର ମୁଲ୍ୟ ୫୦ ହଜାରରୁ ଅଧିକ ହେବ ବୋଲି ଅନୁମାନ କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ