Masthead

ରାଜ୍ୟରେ ୨ ଦିନ ସାମାନ୍ୟ ଆଶ୍ୱସ୍ତି, ୨୫ରୁ ଫେରିବ ତାତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଦୁଇ ଦିନ ସାମାନ୍ୟ ଆଶ୍ୱସ୍ତି ।୨୩ ଓ ୨୪ରେ ରାଜ୍ୟରେ ତାପମାତ୍ରା ସାମାନ୍ୟ ହ୍ରାସ ଘଟିବ । ପାରଦ ୨ରୁ ୩ ଡିଗ୍ରୀ ଖସିବ,୪୧ ଡିଗ୍ରୀ ପାଖାପାଖି ରହିବ ପାରଦ । ଆଜିଠୁ ରାଜ୍ୟରେ ବଢ଼ିବ କାଳବୈଶାଖୀର ପ୍ରଭାବ । ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ କାଳବୈଶାଖୀ ବର୍ଷା ସମ୍ଭାବନା ଥିବା ଆକଳନ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର । ୧୫ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କରାଯାଇଛି । ବଜ୍ରପାତ ଆଶଙ୍କା ଥିବାରୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି ।

କାଳବୈଶାଖୀ ଯୋଗୁଁ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହରୁ ମିଳିପାରେ ଆଶ୍ୱସ୍ତି । ୨୫ ତାରିଖ ଯାଏ କାଳବୈଶାଖୀ ପାଇଁ ତାପମାତ୍ରା ନିୟନ୍ତ୍ରଣରେ ରହିବ ବୋଲି ଆକଳନ କରାଯାଉଛି ।ତେବେ ୨୬ ତାରିଖରୁ ପାଗରେ ପୁଣି ଆସିବ ପରିବର୍ତ୍ତନ । ପ୍ରଚଣ୍ଡ ଖରା ସାଙ୍ଗକୁ ଗୁଳିଗୁଳିରେ ସନ୍ତୁଳି ହେବେ ରାଜ୍ୟବାସୀ । ୨୬ ତାରିଖରେ ହିଟ୍ ୱେଭ୍ ନେଇ ମଧ୍ୟ ସତର୍କ ସୂଚନା ଜାରି କରାଯାଇଛି । ୧୪ ଜିଲ୍ଲାକୁ ଅରେଞ୍ଜ ଓ ୪ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ