Masthead

ଆଜି ରାଜଧାନୀ ତାତି ୪୬ଂ ଛୁଇଁବା ଆଶଙ୍କା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଜଳୁଛି ସାରା ଓଡ଼ିଶା । ପ୍ରତିଦନ ଭାଙ୍ଗୁଛି ତାତି ରେକର୍ଡ। ଉପକୂଳରୁ ପଶ୍ଚିମ, ଉତ୍ତର, ଦକ୍ଷିଣ ଆଉ ଆଭ୍ୟନ୍ତରୀଣ ସାରା ଓଡ଼ିଶା ହୁତ ହୁତ ଜଳୁଛି। ତତଲା ତାୱାରେ ଭାଜି ହେଉଛି ଓଡ଼ିଶା । ଆଗକୁ ଆହୁରି ୪ ଦିନ ବିପଜ୍ଜନକ ଗ୍ରୀଷ୍ମପ୍ରବାହରେ ଆଉଟପାଉଟ ହେବେ ଲୋକେ । ୧ ତାରିଖ ଯାଏ ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ହେବ ବୋଲି ପାଣିପାଗ ବିଭାଗ ସତର୍କ କରାଇଛି । ବିଭିନ୍ନ ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି ।

ରବିବାର ମୟୂରଭଞ୍ଜ, ଯାଜପୁର, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, ସୁନ୍ଦରଗଡ଼, ଝାରସୁଗୁଡ଼ା, ଖୋର୍ଦ୍ଧା, କଟକ, ସମ୍ବଲପୁର, ବଲାଙ୍ଗୀର ଓ ନୂଆପଡ଼ା ଜିଲ୍ଲାରେ ଅତି ଭୀଷଣ ଗ୍ରୀଷ୍ମପ୍ରବାହ ବହିବ ବୋଲି ଆକଳନ କରିଛି । ୧ ତାରିଖ ଯାଏ ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ପାଇଁ ରେଡ୍ ୱାର୍ଣ୍ଣିଂ ଦିଆଯାଇଛି । ମେ ଦ୍ୱିତୀୟ ସପ୍ତାହ ଯାଏ ରାଜ୍ୟରେ ତାତିରୁ ନିସ୍ତାର ମିଳିବନି ବୋଲି ବରିଷ୍ଠ ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ ଆକଳନ କରିଛନ୍ତି ।

ରବିବାର ରାଜଧାନୀ ଭୁବନେଶ୍ୱରର ତାତି ୪୬ ଡିଗ୍ରୀ ଛୁଇଁପାରେ । ଦକ୍ଷିଣ ଆଭ୍ୟନ୍ତରରେ ତାତି ଆହୁରି ବଢ଼ିବ । ୨୯ରେ ଅବିଭକ୍ତ କୋରାପୁଟ ଜିଲ୍ଲାରେ ତାତି ବଢ଼ିବ । ଅନୁଗୁଳ, ତାଳଚେର ଓ ଝାରସୁଗୁଡ଼ାରେ ତାତି ୪୪ରୁ ୪୫ ଡିଗ୍ରୀ ରହିପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ସଲମାନ ଖାନଙ୍କ ଗଲୱାନ 🔴 ପାଟନାରେ ବିଜେପି ନେତାଙ୍କୁ ଗୁଳିମାଡ଼ 🔴 ପରଦାକୁ ଆସିଲା ଓଡ଼ିଆ ସିନେମା ‘ନବକଳେବର’ 🔴 ଆହୁରି ତିନି ଦିନ ଭିଜିବ ଓଡ଼ିଶା 🔴 ସରିଲା ଆଡ଼ପମଣ୍ଡପ ଲୀଳା, ଅପେକ୍ଷାରେ ମାଆ 🔴 ପୁରୀ ହେବ ମହାନଗରନିଗମ : ମୋହନ ଚରଣ ମାଝୀ 🔴 ଭାରତ କେବଳ ପାକିସ୍ତାନ ନୁହଁ ବରଂ ୩ଟି ଦେଶକୁ ପରାସ୍ତ କରିଛି : ରାହୁଲ ଆର ସିଂହ 🔴 ଆମେରିକାରେ ପାସ୍ ହେଲା ‘ୱାନ୍ ବିଗ୍ ବିୟୁଟିଫୁଲ ବିଲ୍’ 🔴 TVK ପାର୍ଟିର ମୁଖ୍ୟମନ୍ତ୍ରୀ ଚେହେରା ହେବେ ଅଭିନେତା ବିଜୟ 🔴 ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁଙ୍କ ଆଜି ନବମୀ ସନ୍ଧ୍ୟା ଦର୍ଶନ 🔴 ସଲମାନ ଖାନଙ୍କ ଗଲୱାନ 🔴 ପାଟନାରେ ବିଜେପି ନେତାଙ୍କୁ ଗୁଳିମାଡ଼ 🔴 ପରଦାକୁ ଆସିଲା ଓଡ଼ିଆ ସିନେମା ‘ନବକଳେବର’ 🔴 ଆହୁରି ତିନି ଦିନ ଭିଜିବ ଓଡ଼ିଶା 🔴 ସରିଲା ଆଡ଼ପମଣ୍ଡପ ଲୀଳା, ଅପେକ୍ଷାରେ ମାଆ 🔴 ପୁରୀ ହେବ ମହାନଗରନିଗମ : ମୋହନ ଚରଣ ମାଝୀ 🔴 ଭାରତ କେବଳ ପାକିସ୍ତାନ ନୁହଁ ବରଂ ୩ଟି ଦେଶକୁ ପରାସ୍ତ କରିଛି : ରାହୁଲ ଆର ସିଂହ 🔴 ଆମେରିକାରେ ପାସ୍ ହେଲା ‘ୱାନ୍ ବିଗ୍ ବିୟୁଟିଫୁଲ ବିଲ୍’ 🔴 TVK ପାର୍ଟିର ମୁଖ୍ୟମନ୍ତ୍ରୀ ଚେହେରା ହେବେ ଅଭିନେତା ବିଜୟ 🔴 ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁଙ୍କ ଆଜି ନବମୀ ସନ୍ଧ୍ୟା ଦର୍ଶନ