Masthead

ଆଜି ରାଜଧାନୀ ତାତି ୪୬ଂ ଛୁଇଁବା ଆଶଙ୍କା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଜଳୁଛି ସାରା ଓଡ଼ିଶା । ପ୍ରତିଦନ ଭାଙ୍ଗୁଛି ତାତି ରେକର୍ଡ। ଉପକୂଳରୁ ପଶ୍ଚିମ, ଉତ୍ତର, ଦକ୍ଷିଣ ଆଉ ଆଭ୍ୟନ୍ତରୀଣ ସାରା ଓଡ଼ିଶା ହୁତ ହୁତ ଜଳୁଛି। ତତଲା ତାୱାରେ ଭାଜି ହେଉଛି ଓଡ଼ିଶା । ଆଗକୁ ଆହୁରି ୪ ଦିନ ବିପଜ୍ଜନକ ଗ୍ରୀଷ୍ମପ୍ରବାହରେ ଆଉଟପାଉଟ ହେବେ ଲୋକେ । ୧ ତାରିଖ ଯାଏ ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ହେବ ବୋଲି ପାଣିପାଗ ବିଭାଗ ସତର୍କ କରାଇଛି । ବିଭିନ୍ନ ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି ।

ରବିବାର ମୟୂରଭଞ୍ଜ, ଯାଜପୁର, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, ସୁନ୍ଦରଗଡ଼, ଝାରସୁଗୁଡ଼ା, ଖୋର୍ଦ୍ଧା, କଟକ, ସମ୍ବଲପୁର, ବଲାଙ୍ଗୀର ଓ ନୂଆପଡ଼ା ଜିଲ୍ଲାରେ ଅତି ଭୀଷଣ ଗ୍ରୀଷ୍ମପ୍ରବାହ ବହିବ ବୋଲି ଆକଳନ କରିଛି । ୧ ତାରିଖ ଯାଏ ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ପାଇଁ ରେଡ୍ ୱାର୍ଣ୍ଣିଂ ଦିଆଯାଇଛି । ମେ ଦ୍ୱିତୀୟ ସପ୍ତାହ ଯାଏ ରାଜ୍ୟରେ ତାତିରୁ ନିସ୍ତାର ମିଳିବନି ବୋଲି ବରିଷ୍ଠ ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ ଆକଳନ କରିଛନ୍ତି ।

ରବିବାର ରାଜଧାନୀ ଭୁବନେଶ୍ୱରର ତାତି ୪୬ ଡିଗ୍ରୀ ଛୁଇଁପାରେ । ଦକ୍ଷିଣ ଆଭ୍ୟନ୍ତରରେ ତାତି ଆହୁରି ବଢ଼ିବ । ୨୯ରେ ଅବିଭକ୍ତ କୋରାପୁଟ ଜିଲ୍ଲାରେ ତାତି ବଢ଼ିବ । ଅନୁଗୁଳ, ତାଳଚେର ଓ ଝାରସୁଗୁଡ଼ାରେ ତାତି ୪୪ରୁ ୪୫ ଡିଗ୍ରୀ ରହିପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ