Masthead

ଚିକିତ୍ସା ଅବହେଳାରୁ ଯୁବକଙ୍କ ମୃତ୍ୟୁ ଅଭିଯୋଗ

ଚମ୍ପୁଆ, (ବଡ଼ ଖବର ବ୍ୟୁରୋ): ଚିକିତ୍ସା ଅବହେଳାରୁ ଯୁବକଙ୍କ ମୃତ୍ୟୁ । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କେନ୍ଦୁଝର ଜିଲ୍ଲା ଚମ୍ପୁଆ ବ୍ଲକ ଭଣ୍ଡା ପଞ୍ଚାୟତ ରରୁଆଁଗୋଡ଼ାରେ । ଉତ୍ତ୍ୟକ୍ତ ଲୋକେ ଡାକ୍ତରଖାନାର ଗାଡ଼ି ଭଙ୍ଗାରୁଜା କରିଛନ୍ତି । ସୂଚନା ଅନୁଯାୟୀ, ଗ୍ରାମର ବଲ୍ଲଭ ନାୟକଙ୍କ ପୁଅ ରହିତାସ୍ୟ ନାୟକ ଗତ କିଛିଦିନରୁ ଜ୍ୱରରେ ପୀଡ଼ିତ ଥିଲେ । ଉଚ୍ଚବାଲି ପଞ୍ଚାୟତ ପଦ୍ମପୁରଠାରେ ତାଙ୍କର କରୋନା ପରୀକ୍ଷା କରାଯାଇଥିଲା । ଗତକାଲି ତାଙ୍କ ରିପୋର୍ଟ ପଜିଟିଭ ଆସିଥିଲା । ଡାକ୍ତରଙ୍କ ପରାମର୍ଶ କ୍ରମେ ସେ ଘରେ ରହି ଚିକିତ୍ସିତ ହେଉଥିଲେ । ଆଜି ସକାଳେ ମେଡିକାଲ ଟିମ୍ ଚିକିତ୍ସା କରିବାକୁ ଆସିଥିବାବେଳେ ରହିତାସ୍ୟଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଥିଲା । ଏହାକୁ ନେଇ ଉତ୍ତେଜନା ପ୍ରକାଶ ପାଇଥିଲା । ଠିକ୍ ସମୟରେ ଚିକିତ୍ସା କରା ନ ଯିବାରୁ ତାଙ୍କ ମୃତ୍ୟୁ ହୋଇଥିବା ଗ୍ରାମବାସୀ ଅଭିଯୋଗ କରିଥିଲେ । ଫଳରେ ସେଠାରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଥିଲା । ଉତ୍ତ୍ୟକ୍ତ ଲୋକେ ମେଡିକାଲ ଗାଡ଼ି ଭଙ୍ଗାରୁଜା କରିଥିଲେ । ଚମ୍ପୁଆ ପୋଲିସ ଓ ଭଣ୍ଡା ଚିକିତ୍ସା ଅଧିକାରୀ ଦୀପକ କୁମାର ସାହୁ ସେଠାରେ ପହଞ୍ଚି ଲୋକଙ୍କୁ ବୁଝାଶୁଝା କରିବା ପରେ ପରିସ୍ଥିତି ଶାନ୍ତ ପଡ଼ିଥିଲା । ପରେ ଶବକୁ କରୋନା କଟକଣା ମଧ୍ୟରେ ସଂସ୍କାର କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ