Masthead

ଚିକିତ୍ସା ଅବହେଳାରୁ ଯୁବକଙ୍କ ମୃତ୍ୟୁ ଅଭିଯୋଗ

ଚମ୍ପୁଆ, (ବଡ଼ ଖବର ବ୍ୟୁରୋ): ଚିକିତ୍ସା ଅବହେଳାରୁ ଯୁବକଙ୍କ ମୃତ୍ୟୁ । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କେନ୍ଦୁଝର ଜିଲ୍ଲା ଚମ୍ପୁଆ ବ୍ଲକ ଭଣ୍ଡା ପଞ୍ଚାୟତ ରରୁଆଁଗୋଡ଼ାରେ । ଉତ୍ତ୍ୟକ୍ତ ଲୋକେ ଡାକ୍ତରଖାନାର ଗାଡ଼ି ଭଙ୍ଗାରୁଜା କରିଛନ୍ତି । ସୂଚନା ଅନୁଯାୟୀ, ଗ୍ରାମର ବଲ୍ଲଭ ନାୟକଙ୍କ ପୁଅ ରହିତାସ୍ୟ ନାୟକ ଗତ କିଛିଦିନରୁ ଜ୍ୱରରେ ପୀଡ଼ିତ ଥିଲେ । ଉଚ୍ଚବାଲି ପଞ୍ଚାୟତ ପଦ୍ମପୁରଠାରେ ତାଙ୍କର କରୋନା ପରୀକ୍ଷା କରାଯାଇଥିଲା । ଗତକାଲି ତାଙ୍କ ରିପୋର୍ଟ ପଜିଟିଭ ଆସିଥିଲା । ଡାକ୍ତରଙ୍କ ପରାମର୍ଶ କ୍ରମେ ସେ ଘରେ ରହି ଚିକିତ୍ସିତ ହେଉଥିଲେ । ଆଜି ସକାଳେ ମେଡିକାଲ ଟିମ୍ ଚିକିତ୍ସା କରିବାକୁ ଆସିଥିବାବେଳେ ରହିତାସ୍ୟଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଥିଲା । ଏହାକୁ ନେଇ ଉତ୍ତେଜନା ପ୍ରକାଶ ପାଇଥିଲା । ଠିକ୍ ସମୟରେ ଚିକିତ୍ସା କରା ନ ଯିବାରୁ ତାଙ୍କ ମୃତ୍ୟୁ ହୋଇଥିବା ଗ୍ରାମବାସୀ ଅଭିଯୋଗ କରିଥିଲେ । ଫଳରେ ସେଠାରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଥିଲା । ଉତ୍ତ୍ୟକ୍ତ ଲୋକେ ମେଡିକାଲ ଗାଡ଼ି ଭଙ୍ଗାରୁଜା କରିଥିଲେ । ଚମ୍ପୁଆ ପୋଲିସ ଓ ଭଣ୍ଡା ଚିକିତ୍ସା ଅଧିକାରୀ ଦୀପକ କୁମାର ସାହୁ ସେଠାରେ ପହଞ୍ଚି ଲୋକଙ୍କୁ ବୁଝାଶୁଝା କରିବା ପରେ ପରିସ୍ଥିତି ଶାନ୍ତ ପଡ଼ିଥିଲା । ପରେ ଶବକୁ କରୋନା କଟକଣା ମଧ୍ୟରେ ସଂସ୍କାର କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ