ବିଜେଡି ସଭାରେ ଯୋଗଦେବା ପଡ଼ିଲା ମହଙ୍ଗା

ପାପଡାହାଣ୍ଡି (ବଡ଼ ଖବର ବ୍ୟୁରୋ): ବିଜେଡି ସଭାରେ ଯୋଗଦେବା ଦୁଇଜଣ ଶିକ୍ଷକଙ୍କୁ ପଡ଼ିଲା ମହଙ୍ଗା । ନିର୍ବାଚନ ଆଦର୍ଶ ଆଚରଣ ବିଧି ଉଲଂଘନ ଅଭିଯୋଗରେ ନବରଙ୍ଗପୁର ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀ ଡଃ କମଳଲୋଚନ ମିଶ୍ର ଦୁଇଜଣ ଭାରପ୍ରାପ୍ତ ପ୍ରଧାନଶିକ୍ଷକଙ୍କୁ ଚାକିରିରୁ ନିଲମ୍ବନ କରିଛନ୍ତି । ଗତ ୨୬ ତାରିଖ ଦିନ ବିଜେଡିର ବରିଷ୍ଠ ନେତା ଭି.କେ ପାଣ୍ଡିଆନଙ୍କ ନବରଙ୍ଗପୁର ଜିଲ୍ଲା ଗସ୍ତ ଅବସରରେ ବିଜେଡି ପକ୍ଷରୁ ସମାବେଶ ଆୟୋଜିତ ହୋଇଥିଲା।

ଏଥିରେ ଡାବୁଗାଁ ବିଧାନସଭା ନିର୍ବାଚନ ମଣ୍ଡଳୀ ଅଧିନସ୍ଥ ପାପଡ଼ାହାଣ୍ଡି ବ୍ଲକ ପିତାରିଗୁଡ଼ା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନଶିକ୍ଷକ ଗୌତମ ଚରଣ ସାହୁ ଏବଂ ଡାବୁଗାଁ ବ୍ଲକ ପୂଜାରୀଗୁଡ଼ା (ବି) ପ୍ରାଥମିକ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନଶିକ୍ଷକ ମନୋଜ କୁମାର ଭତରା ଯୋଗଦେଇଥିଲେ । ଏନେଇ ଜିଲ୍ଲା ବିଜେପି ପକ୍ଷରୁ ନିର୍ବାଚନ ପର୍ଯ୍ୟବେକ୍ଷକଙ୍କ ନିକଟରେ ୨ ଲିଖିତ ଅଭିଯୋଗ କରିଥିଲେ । ତୁରନ୍ତ ତଦନ୍ତ କରି ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଜିଲ୍ଲାପାଳ ଏନେଇ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ ଠାରୁ ରିପୋର୍ଟ ପାଇବା ପରେ ଗୌତମ ଚରଣ ସାହୁ ଏବଂ ମନୋଜ କୁମାର ଭତରାଙ୍କୁ ନିଲମ୍ବିତ କରିଛନ୍ତି । ନିଲମ୍ବନ ପରେ ଦୁହିଁଙ୍କୁ ସଂପୃକ୍ତ ବ୍ଲକର ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ ଅବସ୍ଥାପିତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ