Masthead

ଜଳୁଛି ଓଡ଼ିଶା, ସାଢ଼େ ୨ଟା ସୁଦ୍ଧା ୪୩ ଛୁଇଁଲା ପାରଦ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ କଲବଲ କରୁଛି ତାତି । ଆଜି ଦିନ ୨ଟା ୩୦ ସୁଦ୍ଧା କେନ୍ଦୁଝର ତାପମାତ୍ରା ୪୩ ଡିଗ୍ରୀ ରେକର୍ଡ କରାଯାଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏନେଇ ସୂଚନା ଦିଆଯାଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍‌ ଅନୁସାରେ ଝାରସୁଗୁଡାରେ ୪୨.୮ ଡିଗ୍ରୀ, ସମ୍ବଲପୁରରେ ୪୨.୬ ଡିଗ୍ରୀ, ହୀରାକୁଦରେ ୪୧.୮ ଡିଗ୍ରୀ, ରାଉରକେଲାରେ ୪୧.୮ ଡିଗ୍ରୀ, ବାଲେଶ୍ୱରରେ ୪୧.୪ ଡିଗ୍ରୀ, ଭୁବନେଶ୍ୱରରେ ୪୧.୩ ଡିଗ୍ରୀ, ଚାନ୍ଦବାଲିରେ ୪୦.୭ ଡିଗ୍ରୀ, ପୁରୀରେ ୩୪.୬ ଡିଗ୍ରୀ, ଗୋପାଳପୁରରେ ୩୩.୨ ଡିଗ୍ରୀ ଓ ପାରାଦୀପରେ ତାପମାତ୍ରା ୩୩.୧ ଡିଗ୍ରୀ ରେକର୍ଡ କରାଯାଇଛି।

ଗ୍ରୀଷ୍ମ ପ୍ରବାହ ନେଇ ସତର୍କ ସୂଚନା ଜାରି କରାଯାଇଛି। କଟକ ପାଇଁ ରେଡ୍‌ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ରାଜଧାନୀ ଭୁବନେଶ୍ୱରକୁ ୟେଲୋ। ଘରୁ ନ ବାହାରିବା ପାଇଁ ପାଣିପାଗ ବିଭାଗ ସତର୍କ କରାଇ ଦେଇଛି। ସେପଟେ ରାଜ୍ୟରେ ଅଂଶୁଘାତରେ ଗଲାଣି ଦୁଇ ଜଣଙ୍କ ଜୀବନ। ଆଜି ଏନେଇ ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ। ବାଲେଶ୍ୱର ପରେ ଢେଙ୍କାନାଳରେ ଅଂଶୁଘାତରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି