Masthead

ତେଲେଙ୍ଗାନା ମୁଖ୍ୟମନ୍ତ୍ରୀଙ୍କୁ ଦିଲ୍ଲୀ ପୋଲିସର ସମନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ); ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀଙ୍କୁ ଦିଲ୍ଲୀ ପୋଲିସର ସମନ । ସୋସିଆଲ ମିଡ଼ିଆରେ ଗୃହମନ୍ତ୍ରୀ ଅମିତ ଶାହଙ୍କ ଏଡିଟେଡ ଭିଡ଼ିଓ ଭୁଲ ଢଙ୍ଗରେ ପୋଷ୍ଟ କରିଥିବା କାରଣରୁ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀଙ୍କୁ ସମନ ଜାରି କରିଛି ଦିଲ୍ଲୀ ପୋଲିସ । ମିଳିଥିବା ସୂଚନା ଅନୁସାରେ ଦିଲ୍ଲୀ ପୋଲିସ ମେ’ ୧ରେ ରେଭନ୍ତ ରେଡ୍ଡୀଙ୍କୁ ତାଙ୍କ ଦ୍ୱାରା ବ୍ୟବହାର କରାଯାଉଥିବା ସମସ୍ତ ଇଲେକ୍ଟ୍ରୋନିକ ଗାଜେଟ୍ ସହିତ ଉପସ୍ଥିତ ହେବାକୁ ନୋଟିସ୍ ପଠାଇଛି ।

ଫେକ୍ ଭିଡିଓ ସେୟାର କରିଥିବା କିଛି କଂଗ୍ରେସ ନେତାଙ୍କ ସହ ଅନ୍ୟ ୫ ଜଣଙ୍କୁ ବି ଦିଲ୍ଲୀ ପୋଲିସ ପକ୍ଷରୁ ସମନ ପଠାଯାଇଛି । ଗୃହ ମନ୍ତ୍ରଣାଳୟ ଓ ବିଜେପି ପକ୍ଷରୁ ଅଭିଯୋଗ ପରେ ଏହି କାର୍ୟ୍ୟାନୁଷ୍ଠାନ ହୋଇଛି । ଦିଲ୍ଲୀ ପୋଲିସର ସ୍ପେସିଆଲ ସେଲ୍ ଆଇପିସିର ବିଭିନ୍ନ ଧାରା ଓ ଆଇଟି ଆକ୍ଟର ପ୍ରାସଙ୍ଗିକ ପ୍ରାବଧାନ ଅନୁଯାୟୀ ଏଫଆଇଆର୍ ଦାଖଲ କରିଛି । ଅଭିଯୋଗ ହୋଇଛି କି କିଛି ଫେକ୍ ଭିଡିଓ ସୋସିଆଲ ମିଡିଆରେ ସେୟାର କରାଯାଉଛି ଯାହା ଦେଶରେ ଶାନ୍ତି ବ୍ୟବସ୍ଥାରେ ବାଧା ପହଞ୍ଚାଇବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା