Masthead

ରାୟବରେଲିରୁ ଲଢ଼ିବେ ରାହୁଲ !

ରାୟବରେଲି(ବଡ଼ ଖବର ବ୍ୟୁରୋ): ଲୋକସଭା ନିର୍ବାଚନର ଦୁଇଟି ପର୍ୟ୍ୟାୟ ଭୋଟ ସରିଲାଣି । ଆହୁରି ଅନେକ ସ୍ଥାନରେ ଭୋଟ ହେବା ବାକି ଅଛି । ଏହାରି ମଧ୍ୟରେ କଂଗ୍ରେସ ଏଯାଏଁ ଉତ୍ତରପ୍ରଦେଶର ଅମେଠି ଓ ରାୟରବରେଲି ଆସନରେ ପ୍ରାର୍ଥୀ ଦେଇନାହିଁ । ଏହି ଦୁଇଟି ଆସନରେ କଂଗ୍ରେସ ପ୍ରାର୍ଥୀ ନେଇ ସସ୍‌ପେନ୍ସ ଜାରି ରହିଛି । ଏହାରି ଭିତରେ ଅମେଠିରୁ କଂଗ୍ରେସ ସାଂସଦ ରାହୁଲ ଗାନ୍ଧି ନିର୍ବାଚନ ଲଢ଼ିବେ ଚର୍ଚ୍ଚା ହେଉଥିଲା । କିନ୍ତୁ ଏବେ ଅମେଠି ନୁହେଁ ରାୟବରେଲିରୁ ସେ ନିର୍ବାଚନୀ ମୈଦାନକୁ ଓହ୍ଲାଇବେ ବୋଲି କୁହାଯାଉଛି ।

ଏହାପୂର୍ବରୁ ଶନିବାର ଦିନ ଉତ୍ତରପ୍ରଦେର ଅମେଠି ଓ ରାୟବରେଲି ଆସନ ପାଇଁ ଦଳ ତରଫରୁ ଆଉ କିଛି ଦିନ ମଧ୍ୟରେ ଖୁବଶୀଘ୍ର ପ୍ରାର୍ଥୀଙ୍କ ନାଁ ଘୋଷଣା କରାଯିବ ବୋଲି କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ କହିଥିଲେ । କଂଗ୍ରେସର ଉତ୍ତରପ୍ରଦେଶର ପ୍ରଭାରୀ ଅବିନାଶ ପାଣ୍ଡେ ଏବଂ ବିଧାନସଭା ଦଳର ନେତା ଆରାଧନା ମିଶ୍ର ରାହୁଲ ଗାନ୍ଧିଙ୍କୁ ଆମେଠିରୁ ଓ ପ୍ରିୟଙ୍କା ଗାନ୍ଧି ଭଦ୍ରା ରାୟବରେଲିରୁ ପ୍ରତିଦ୍ୱନ୍ଦ୍ୱିତା କରିବା ଉଚିତ୍ ବୋଲି ହାଇକମାଣ୍ଡକୁ ଅନୁରୋଧ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି