Masthead

ଆଜି ନାମାଙ୍କନ ଭରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ହିଞ୍ଜିଳି ବିଧାନସଭା ଆସନରୁ ନାମାଙ୍କନ ଦାଖଲ କରିବେ । ସେ ପ୍ରଥମେ ମା’ ତାରାତାରିଣୀଙ୍କ ଦର୍ଶନ କରିବେ । ପରେ ଛତ୍ରପୁର ଯାଇ ସେଠାରେ ପ୍ରାର୍ଥିପତ୍ର ଦାଖଲ କରିବେ । ମୁଖ୍ୟମନ୍ତ୍ରୀଙ୍କୁ ସ୍ୱାଗତ କରିବା ପାଇଁ ବିଜେଡି ପକ୍ଷରୁ ଛତ୍ରପୁରରେ ବିରାଟ ପଟୁଆରର ଆୟୋଜନ ହୋଇଥିବା ସୂଚନା ମିଳିଛି । ୨୦୦୦ରୁ ଲଗାତାର ଭାବେ ହିଞ୍ଜିଳି ବିଧାୟକ ଭାବେ ନିର୍ବାଚିତ ହୋଇ ଆସୁଛନ୍ତି ମୁଖ୍ୟମନ୍ତ୍ରୀ। ଚଳିତ ଥର ମୁଖ୍ୟମନ୍ତ୍ରୀ କଣ୍ଟାବାଞ୍ଜି ଆସନରୁ ଲଢ଼ୁଛନ୍ତି ।

ତଥାପି ହିଞ୍ଜିଳି ତାଙ୍କ ପ୍ରାଥମିକତା ସୂଚୀରେ ରହିଛି । ଆସିକା ଲୋକସଭା ଆସନ ଅନ୍ତର୍ଗତ ହିଞ୍ଜିଳି ବିଧାନସଭା କ୍ଷେତ୍ରରେ ଆସନ୍ତା ୨୦ ତାରିଖରେ ମତଦାନ ହେବ । ସେଥିପାଇଁ ଏବେ ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା ଜାରି ରହିଛି । ଜିଲ୍ଲା ସଦର ମହକୁମା ଛତ୍ରପୁର ଆସି ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପ୍ରାର୍ଥିପତ୍ର ଦାଖଲ କରିବେ । ସକାଳ ୧୧ଟାରେ ଛତ୍ରପୁର ନିକଟସ୍ଥ ନରସିଂହପୁର ଛକସ୍ଥିତ ହେଲିପ୍ୟାଡ୍ ରେ ମୁଖ୍ୟମନ୍ତ୍ରୀ ଓହ୍ଲାଇବେ ।

ସେଠାରୁ କାର୍ ରେ ମା’ତାରାତାରିଣୀଙ୍କ ପୀଠକୁ ଯିବେ । ପୂଜାର୍ଚ୍ଚନା ପରେ ମଧ୍ୟାହ୍ନ ୧୨ଟା ୩୫ ମିନିଟ୍ ରେ ଛତ୍ରପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ପ୍ରାର୍ଥିପତ୍ର ଦାଖଲ କରିବେ ।ଅନ୍ୟପକ୍ଷରେ ମୁଖ୍ୟମନ୍ତ୍ରୀଙ୍କ ନାମାଙ୍କନପତ୍ର ଦାଖଲ ପାଇଁ ଜିଲ୍ଲା ପ୍ରଶାସନ ଓ ପୁଲିସ ବିଭାଗ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା