Masthead

୮ଟା ସୁଦ୍ଧା ୩୮ ଡିଗ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆକାଶରୁ ଖସୁଛି ନିଆଁ ପିଣ୍ଡୁଳା। ଗୁଳୁଗୁଳି ସାଙ୍ଗକୁ କଲବଲ କରୁଛି ଅସହ୍ୟ ତାତି । ସକାଳୁ ସାଢ଼େ ୮ଟା ସୁଦ୍ଧା ତତଲା ସହର ପାଲଟିଲା ବାରିପଦା। ୩୮.୪ ଡିଗ୍ରୀ ଛୁଇଁଲା ପାରଦ। ସେହିଭଳି ୧୪ ସହର ତାପମାତ୍ରା ୩୪ ଡିଗ୍ରୀ ଉପରେ ରହିଥିବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଜାରି କରିଛି। ମଙ୍ଗଳବାର ସକାଳ ୮ଟା ୩୦ ସୁଦ୍ଧା ରେକର୍ଡ ତାପମାତ୍ରା ଅନୁଯାୟୀ ବାରିପଦା ସବୁଠୁ ଉତ୍ତପ୍ତ ରହିଛି।

ବାରିପଦାରେ ୩୮.୪ ଡିଗ୍ରୀ, ତାଳଚେରରେ ୩୭.୮ ଡିଗ୍ରୀ, ବାଲେଶ୍ୱରରେ ୩୬.୬ ଡିଗ୍ରୀ, କେନ୍ଦୁଝରରେ ୩୬.୪ ଡିଗ୍ରୀ, କଟକରେ ୩୫.୮ ଡିଗ୍ରୀ, ରାଉରକେଲାରେ ୩୫ ଡିଗ୍ରୀ, ଭବାନୀପାଟଣାରେ ୩୪.୮ ଡିଗ୍ରୀ, ଭୁବନେଶ୍ୱରରେ ୩୪. ୬ ଡିଗ୍ରୀ, ଝାରସୁଗୁଡ଼ାରେ ୩୪.୬ ଡିଗ୍ରୀ, ହୀରାକୁଦରେ ୩୪.୪ ଡିଗ୍ରୀ, ଚାନ୍ଦବାଲିରେ ୩୪.୨ ଡିଗ୍ରୀ, ବଲାଙ୍ଗୀରରେ ୩୪ ଡିଗ୍ରୀ, କେନ୍ଦ୍ରାପଡ଼ାରେ ୩୪ ଡିଗ୍ରୀ, ଅନୁଗୁଳରେ ୩୪ ଡିଗ୍ରୀ ରେକର୍ଡ ହୋଇଛି । ଅସହ୍ୟ ଗରମ ଓ ଗୁଳୁଗୁଳି ନେଇ ସତର୍କ କରାଇଲା ଆଂଚଳିକ ପାଣିପାଗ ବିଭାଗ । ଆଜି ଓ ଆସନ୍ତାକାଲି ପ୍ରବଳରୁ ଅତି ପ୍ରବଳ ହେବ ଗ୍ରୀଷ୍ମ ପ୍ରବାହ । ଏଥିପାଇଁ ଆଜି ଓ ଆସନ୍ତାକାଲି ପାଇଁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । ୨ ତାରିଖରୁ ତାତି ସାମାନ୍ୟ ହ୍ରାସ୍ ପାଇବ । ୨ ଓ ୩ ତାରିଖ ପାଇଁ ଅରେଂଜ୍ ୱାର୍ଣ୍ଣିଂ ଜାରି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ