Masthead

ଆହୁରି ୨ ଦିନ ସିଭିୟର ହିଟ ୱେଭ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମଙ୍ଗଳବାର ଥିଲା ଚଳିତ ଗ୍ରୀଷ୍ମର ବର୍ତ୍ତମାନ ସୁଦ୍ଧା ସବୁଠୁ ଉତ୍ତପ୍ତ ଦିନ। ୪୪ ଡିଗ୍ରୀ କିମ୍ବା ତାଠାରୁ ଅଧିକ ତାତିରେ ଜଳିଥିଲା ରାଜ୍ୟର ୧୫ ସହର। ୨୪ ସହରରେ ପାରଦ ୪୩ ଡିଗ୍ରୀ ପାର୍ କରିଥିଲା। ବାରିପଦା ବିଶ୍ୱର ଦ୍ବିତୀୟ ଉତ୍ତପ୍ତ ସହର ପାଲଟିବା ବେଳେ ବାଲେଶ୍ୱର ତୃତୀୟ ଓ ଭୁବନେଶ୍ୱର ଦଶମ ସ୍ଥାନରେ ପହଞ୍ଚିଛି। ଡହ ଡହ ଖରାରେ ସିଝୁଛି ସାରା ଓଡ଼ିଶା । ଆହୁରି ୨ ଦିନ ଯାଏଁ ତାତିରୁ ନିସ୍ତାର ମିଳିବ ନାହିଁ ବୋଲି ସତର୍କ କରିଦେଇଛି ପାଣିପାଗ ବିଭାଗ । ଆଜିଠୁ ଆହୁରି ୨ ଦିନ ସିଭିୟର ହିଟ ୱେଭ ବା ଭୀଷଣ ଗ୍ରୀଷ୍ମ ପ୍ରବାହ ଜାରି ରହିବ ।

ଆଜି ପାଇଁ ୧୧ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ ଜାରି କରିଛି ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।ଏସବୁ ଜିଲ୍ଲାଗୁଡିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ଝାରସୁଗୁଡା, ଅନୁଗୁଳ, ଢେଙ୍କାନାଳ, ବାଲେଶ୍ୱର, ଭଦ୍ରକ , ଯାଜପୁର, କଟକ ଓ ବୌଦ୍ଧ । ଏହି ୧୧ ଜିଲ୍ଲାରେ ଆଜି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେବ । ସେହିପରି ରାଜ୍ୟର ୧୨ଟି ଜିଲ୍ଲାକୁ ଅରେଞ୍ଜ ଓ ୨ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୨ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଭୀଷଣ ଗ୍ରୀଷ୍ମ ପ୍ରବାହ ସହ ରେଡ ଅଲର୍ଟର ସତର୍କତା ଥିବା ବେଳେ ୩ ତାରିଖ ବେଳକୁ ପାଗରେ ପରିବର୍ତ୍ତନ ସହ ସାମାନ୍ୟ ତାପମାତ୍ରାରେ ହ୍ରାସ ହେବାର ସମ୍ଭାବନା ରହିଛି । ମେ ୫ ତାରିଖରେ ରାଜ୍ୟରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ