Masthead

ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ , ବ୍ରହ୍ମପୁର ଓ ନବରଙ୍ଗପୁର କରିବେ ରୋଡ ‘ସୋ’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମେ ୬ ତାରିଖରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦୀ । ବ୍ରହ୍ମପୁର ଓ ନବରଙ୍ଗପୁର ଜନସଭାରେ ସମ୍ଭୋଧନ କରିବା ସହ ରୋଡ ସୋ କରିବା କାର୍ଯ୍ୟକ୍ରମ ରହିଛି । ବିଜେପି ସୂତ୍ରରୁ ଏହି ସୂଚନା ମିଳିଛି । ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜେପି ପ୍ରାର୍ଥୀଙ୍କ ଲାଗି ପ୍ରଚାର କରିବେ ପ୍ରଧାନମନ୍ତ୍ରୀ । ପ୍ରଥମ ପର୍ଯ୍ୟାୟରେ କୋରାପୁଟ, କଳାହାଣ୍ଡି, ନବରଙ୍ଗପୁର ଓ ବ୍ରହ୍ମପୁରରେ ମେ ୧୩ତାରିଖରେ ମତଦାନ ହେବାକୁ ଥିବାବେଳେ ୧୧ତାରିଖରେ ପ୍ରଚାର ଶେଷ ହେବ। ତେଣୁ ଶେଷ ମୁହୂର୍ତ୍ତରେ ମୋଦୀଙ୍କୁ ପ୍ରଚାର ମଇଦାନକୁ ଓହ୍ଲାଇବାକୁ ଦଳ ନିଷ୍ପତ୍ତି ନେଇଛି।

ଏହି କାର୍ଯ୍ୟକ୍ରମରେ ୪ଟି ଯାକ ଲୋକସଭା ଆସନର ପ୍ରାର୍ଥୀ ରହିବେ। କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ସଂସଦୀୟ କ୍ଷେତ୍ର ଅଧୀନସ୍ଥ ୨୧ଟି ଯାକ ବିଧାନସଭା ନିର୍ବାଚନମଣ୍ଡଳିର ପ୍ରାର୍ଥୀ ମଞ୍ଚରେ ରହିବେ ବୋଲି ଜଣାପଡ଼ିଛି। ଏହି କାର୍ଯ୍ୟକ୍ରମରେ ୪ଟି ଲୋକସଭା ଆସନର ପ୍ରାର୍ଥୀ ରହିବେ । ନିର୍ବାଚନ ଘୋଷଣା ହେବା ପରେ ଏହା ମୋଦୀଙ୍କ ପ୍ରଥମ କାର୍ୟ୍ୟକ୍ରମ ହୋଇଥିବାରୁ ତାଙ୍କ ଆଭିମ୍ରୁଖ୍ୟ ଉପରେ ସମସ୍ତଙ୍କ ନଜର ରହିଛି । ଅନ୍ୟପଟେ ମେ ୩ ତାରିଖରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ରାୟଗଡାରେ ଜନସଭା କରି ପ୍ରଚାର କରିବା କାର୍ଯ୍ୟକ୍ରମ ରହିଛି । ମେ ୫ ତାରିଖ କିମ୍ବା ୯ ତାରିଖରେ କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀଭଦ୍ରା ନବରଙ୍ଗପୁର ଗସ୍ତରେ ଆସିବେ ବୋଲି ସୂଚନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି