Masthead

ବାଲେଶ୍ୱରରେ ୩ ପ୍ରମୁଖ ଦଳର ଜୋରଦାର ପ୍ରଚାର

ବାଲେଶ୍ୱର, (ବଡ଼ ଖବର ବ୍ୟୁରୋ): ବାଲେଶ୍ୱରରେ ବିଜେଡି, ବିଜେପି ଓ କଂଗ୍ରେସ ପକ୍ଷରୁ ଆଜି ଜୋରଦାର ପ୍ରଚାର ହୋଇଛି । ଆଜି ବିଜେଡି ପ୍ରାର୍ଥୀ ସ୍ୱରୂପ ଦାସଙ୍କ ପାଇଁ ନିର୍ବାଚନ ପଚାର କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ତେବେ ମୁଖ୍ୟମନ୍ତ୍ରୀ ଭର୍ଚୁଆଲ ମାଧ୍ୟମରେ ପ୍ରଚାର କରିଥିଲେ । ଅପରାହ୍ନ ୩.୩୦ ସମୟରେ ମୁଖ୍ୟମନ୍ତ୍ରୀ ନବୀନ ନିବାସରୁ ସିଧାସଳଖ ଯୋଡି ହୋଇ ବାଲେଶ୍ୱରବାସୀଙ୍କୁ ଉଦବୋଧନ ଦେଇଥିଲେ । କରୋନା କଟକଣା ଭିତରେ କଟକଣାକୁ ମାନି ପ୍ରଚାର କାର୍ଯ୍ୟକ୍ରମରେ ସାମିଲ୍ ହେବାକୁ ସେ ଭୋଟରମାନଙ୍କୁ ପରାମର୍ଶ ଦେଇଥିଲେ । ଅନ୍ୟପଟେ ମୁଖ୍ୟମନ୍ତ୍ରୀଙ୍କ ଏହି ଲାଇଭ ପ୍ରଚାର କାର୍ଯ୍ୟକ୍ରମକୁ ଅଧିକ ଲୋକଙ୍କ ପାଖରେ ପହଞ୍ଚାଇବା ପାଇଁ ବିଭିନ୍ନ ଛକ ତଥା ପଡ଼ିଆରେ ସଭା ଅନୁଷ୍ଠିତ ହୋଇଥିଲା । ସ୍ଥାନୀୟ ସିଦ୍ଧି କଲ୍ୟାଣ ମଣ୍ଡପ , ଆଇଟିଆଇ ଫିଲ୍ଡ, ବିଭିନ୍ନ ୱାର୍ଡରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । କାର୍ଯ୍ୟକ୍ରମରେ ବାଲେଶ୍ୱର ପର୍ଯ୍ୟବେକ୍ଷକ ତଥା ମନ୍ତ୍ରୀ ପ୍ରତାପ ଜେନା, ରଣେନ୍ଦ୍ର ପ୍ରତାପ ସ୍ୱାଇଁ , ବାଲେଶ୍ୱର ବିଜେଡି ସଭାପତି ରବୀନ୍ଦ୍ର ଜେନା ପ୍ରମୁଖ ଉପସ୍ଥିତ ଥିଲେ ।

ପ୍ରଚାର ଅଭିଯାନରେ ଆଜି ବିଜେପି ତାରକା ପ୍ରଚାରକମାନେ ଦଳୀୟ ପ୍ରାର୍ଥୀ ମାନସ କୁମାର ଦତ୍ତଙ୍କ ପାଇଁ ପ୍ରଚାର କରିଛନ୍ତି। ରୁପସା ଅଞ୍ଚଳରେ ସୁନ୍ଦରଗଡ ସାଂସଦ ଜୁଏଲ ଓରାମ, ବାଲେଶ୍ୱର ସହରରେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ, ବିରୋଧୀ ଦଳ ନେତା ପ୍ରଦୀପ୍ତ କୁମାର ନାୟକ, ପୂର୍ବତନ ମୁଖ୍ୟମନ୍ତ୍ରୀ ଗିରିଧାରୀ ଗୋମାଙ୍ଗ, ମୁଖ୍ୟ ସଚେତକ ମୋହନ ମାଝୀ, ପୂର୍ବତନ ସାଂସଦ ଖାରବେଳ ସ୍ୱାଇଁ, ପ୍ରକାଶ ମିଶ୍ର ଓ ପୂର୍ବତନ ମନ୍ତ୍ରୀ ସୁରମା ପାଢୀ, ପଞ୍ଚୁପଡ଼ାରେ ମୟୂରଭଞ୍ଜ ସାଂସଦ ବିଶେଶ୍ୱର ଟୁଡୁ, ବୁଢାବଳଙ୍ଗ ମଣ୍ଡଳରେ କଳାହାଣ୍ଡି ସାଂସଦ ବସନ୍ତ ପଣ୍ଡା, ଚାନ୍ଦିପୁର ଅଞ୍ଚଳରେ ସୁନ୍ଦରଗଡ ବିଧାୟିକା କୁସୁମ ଟେଟେ ମାରାଥନ ପ୍ରଚାର କରିଛନ୍ତି। ପ୍ରଚାର ସମୟରେ ବିଜେପି ତାରକା ପ୍ରଚାରକମାନେ ରାଜ୍ୟ ସରକାରଙ୍କ ବିଫଳତାକୁ ଲୋକଲୋଚନକୁ ଆଣିଥିଲେ।

ସେହିପରି କଂଗ୍ରେସ ତରଫରୁ ଆଜି ଜଟଣୀ ବିଧାୟକ ସୁର ରାଉତରାୟ କଂଗ୍ରେସ ପ୍ରାର୍ଥୀ ମମତା କୁଣ୍ଡୁଙ୍କ ପାଇଁ ମାରାଥନ ପ୍ରଚାର କରିଥିଲେ । ବିଧାୟକ ରାଉତରାୟ ‘ବଡ଼ ଖବର’କୁ କହିଛନ୍ତି, ଏଥର ବାଲେଶ୍ୱର ଜନତା କେବଳ କଂଗ୍ରେସକୁ ହିଁ ଭୋଟ ଦେବେ । ମମତା ସମସ୍ତଙ୍କ ପସନ୍ଦ ବୋଲି ମଧ୍ୟ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦେଶବ୍ୟାପୀ ଶ୍ରମିକ ସଙ୍ଗଠନର ‘ଭାରତ ବନ୍ଦ’ ଡାକରା 🔴 ନୀଳକନ୍ଦରକୁ ବିଜେ କଲେ ନୀଳମଣି, ଆଜିଠୁ ଭକ୍ତଙ୍କୁ ମିଳିବ ନୀଳାଚଳ ଅବଢ଼ା 🔴 ଜନ୍ମବେଦୀରେ ସରିଲା ଲୀଳାଖେଳା, ନୀଳକନ୍ଦରକୁ ଫେରିବେ ନୀଳମଣି 🔴 ରାଜ୍ୟରେ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ 🔴 ମନମୋହନ ରିପିଟ୍ 🔴 ଗଞ୍ଜାମରେ ଡାଇରିଆ ଆତଙ୍କ 🔴 ଆଜି ଅଧରପଣା ନୀତି 🔴 ଭାଙ୍ଗିଲା ରଥ ଚକ, ଭକ୍ତଙ୍କ କାନ୍ଧରେ ଗଲେ ଜଗନ୍ନାଥ 🔴 ଖୋଲିଲା ହୀରାକୁଦ ଗେଟ୍ 🔴 ୧୨ ଘଣ୍ଟାରେ ଲଘୁଚାପ! 🔴 ଆଜି ଦେଶବ୍ୟାପୀ ଶ୍ରମିକ ସଙ୍ଗଠନର ‘ଭାରତ ବନ୍ଦ’ ଡାକରା 🔴 ନୀଳକନ୍ଦରକୁ ବିଜେ କଲେ ନୀଳମଣି, ଆଜିଠୁ ଭକ୍ତଙ୍କୁ ମିଳିବ ନୀଳାଚଳ ଅବଢ଼ା 🔴 ଜନ୍ମବେଦୀରେ ସରିଲା ଲୀଳାଖେଳା, ନୀଳକନ୍ଦରକୁ ଫେରିବେ ନୀଳମଣି 🔴 ରାଜ୍ୟରେ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ 🔴 ମନମୋହନ ରିପିଟ୍ 🔴 ଗଞ୍ଜାମରେ ଡାଇରିଆ ଆତଙ୍କ 🔴 ଆଜି ଅଧରପଣା ନୀତି 🔴 ଭାଙ୍ଗିଲା ରଥ ଚକ, ଭକ୍ତଙ୍କ କାନ୍ଧରେ ଗଲେ ଜଗନ୍ନାଥ 🔴 ଖୋଲିଲା ହୀରାକୁଦ ଗେଟ୍ 🔴 ୧୨ ଘଣ୍ଟାରେ ଲଘୁଚାପ!