Masthead

ବିଜେଡିର ଶକ୍ତି ପ୍ରଦର୍ଶନ

ବଲାଙ୍ଗିର (ବଡ଼ ଖବର ବ୍ୟୁରୋ): ବଲାଙ୍ଗିରରେ ନାମାଙ୍କନ ଶୋଭାଯାତ୍ରା କରି ଦମ୍ ଦେଖାଇଲା ବିଜେଡି । ନୋମିନେସନ ଅବସରରେ ଜିଲ୍ଲାରେ ଶକ୍ତି ପ୍ରଦର୍ଶନ କଲା ବିଜେଡି । ୧୫ ହଜାରରୁ ଅଧିକ ସଂଖ୍ୟାରେ ନେତା କର୍ମୀଙ୍କ ସହ ବିଶାଳ ଶୋଭାଯାତ୍ରା କରି ନାମାଙ୍କନ ଭରିଛନ୍ତି ବିଜେଡି ସାଂସଦ ଓ ବିଧାୟକ ପ୍ରାର୍ଥୀ । ବଲାଙ୍ଗିର ବିଜେଡି ସାଂସଦ ପ୍ରାର୍ଥୀ ସୁରେନ୍ଦ୍ର ସିଂହଭୋଇ ଓ ସଦର ବିଜେଡି ବିଧାୟକ ପ୍ରାର୍ଥୀ କଳିକେଶ ନାରାୟଣ ସିଂହଦେଓ ସହରରେ ବିଶାଳ ନାମାଙ୍କନ ଶୋଭାଯାତ୍ରା କରିଥିଲେ ।

ପୃଥୀରାଜ ଇଣ୍ଡୋର୍ ଷ୍ଟାଡିୟମରୁ ଆରମ୍ଭ ହୋଇଥିବା ଶୋଭାଯାତ୍ରା ସହର ମଧ୍ୟ ଦେଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ନିକଟକୁ ଆସିଥିଲା । ଏହାପରେ ସଦର ବିଜେଡି ବିଧାୟକ ପ୍ରାର୍ଥୀ କଳିକେଶ ନାରାୟଣ ସିଂହଦେଓ ଶୋଭାଯାତ୍ରାରେ ଯାଇ ବଲାଙ୍ଗିର ଉପଜିଲ୍ଲାପାଳଙ୍କ ନିକଟରେ ପ୍ରାର୍ଥୀପତ୍ର ଦାଖଲ କରିଥିଲେ । କଳିକେଶ ନାମାଙ୍କନ ଭରିବାର କିଛି ସମୟ ପରେ ଜିଲ୍ଲାପାଳଙ୍କ ନିକଟରେ ସାଂସଦ ପ୍ରାର୍ଥୀ ସୁରେନ୍ଦ୍ର ସିଂହଭୋଇ ପ୍ରାର୍ଥୀପତ୍ର ଦାଖଲ କରିଥିଲେ ।

ଏଥିସହ ବଲାଙ୍ଗିର ସଦର ଆସନ ପାଇଁ ଆପ ବିଧାୟକ ପ୍ରାର୍ଥୀ ଆଶିଷ ପାଣ୍ଡେ ଉପଜିଲ୍ଲାପାଳଙ୍କ ନିକଟରେ ନାମାଙ୍କନ ଭରିଛନ୍ତି । ସେପଟେ ପାଟଣାଗଡ କଂଗ୍ରେସ ବିଧାୟକ ପ୍ରାର୍ଥୀ ଭାବେ ଅନିଲ ମେହେର୍ ଉପଜିଲ୍ଲାପାଳଙ୍କ ନିକଟରେ ପ୍ରାର୍ଥୀପତ୍ର ଦାଖଲ କରିଥିଲେ । ସେହିପରି ସ୍ଵାଧୀନ ପ୍ରାର୍ଥୀ ଜତି ପଧାନ ପାଟଣାଗଡ ଉପଜିଲ୍ଲାପାଳଙ୍କ ନିକଟରେ ନାମାଙ୍କନ ଭରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼