Masthead

ବିଜେଡିର ଶକ୍ତି ପ୍ରଦର୍ଶନ

ବଲାଙ୍ଗିର (ବଡ଼ ଖବର ବ୍ୟୁରୋ): ବଲାଙ୍ଗିରରେ ନାମାଙ୍କନ ଶୋଭାଯାତ୍ରା କରି ଦମ୍ ଦେଖାଇଲା ବିଜେଡି । ନୋମିନେସନ ଅବସରରେ ଜିଲ୍ଲାରେ ଶକ୍ତି ପ୍ରଦର୍ଶନ କଲା ବିଜେଡି । ୧୫ ହଜାରରୁ ଅଧିକ ସଂଖ୍ୟାରେ ନେତା କର୍ମୀଙ୍କ ସହ ବିଶାଳ ଶୋଭାଯାତ୍ରା କରି ନାମାଙ୍କନ ଭରିଛନ୍ତି ବିଜେଡି ସାଂସଦ ଓ ବିଧାୟକ ପ୍ରାର୍ଥୀ । ବଲାଙ୍ଗିର ବିଜେଡି ସାଂସଦ ପ୍ରାର୍ଥୀ ସୁରେନ୍ଦ୍ର ସିଂହଭୋଇ ଓ ସଦର ବିଜେଡି ବିଧାୟକ ପ୍ରାର୍ଥୀ କଳିକେଶ ନାରାୟଣ ସିଂହଦେଓ ସହରରେ ବିଶାଳ ନାମାଙ୍କନ ଶୋଭାଯାତ୍ରା କରିଥିଲେ ।

ପୃଥୀରାଜ ଇଣ୍ଡୋର୍ ଷ୍ଟାଡିୟମରୁ ଆରମ୍ଭ ହୋଇଥିବା ଶୋଭାଯାତ୍ରା ସହର ମଧ୍ୟ ଦେଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ନିକଟକୁ ଆସିଥିଲା । ଏହାପରେ ସଦର ବିଜେଡି ବିଧାୟକ ପ୍ରାର୍ଥୀ କଳିକେଶ ନାରାୟଣ ସିଂହଦେଓ ଶୋଭାଯାତ୍ରାରେ ଯାଇ ବଲାଙ୍ଗିର ଉପଜିଲ୍ଲାପାଳଙ୍କ ନିକଟରେ ପ୍ରାର୍ଥୀପତ୍ର ଦାଖଲ କରିଥିଲେ । କଳିକେଶ ନାମାଙ୍କନ ଭରିବାର କିଛି ସମୟ ପରେ ଜିଲ୍ଲାପାଳଙ୍କ ନିକଟରେ ସାଂସଦ ପ୍ରାର୍ଥୀ ସୁରେନ୍ଦ୍ର ସିଂହଭୋଇ ପ୍ରାର୍ଥୀପତ୍ର ଦାଖଲ କରିଥିଲେ ।

ଏଥିସହ ବଲାଙ୍ଗିର ସଦର ଆସନ ପାଇଁ ଆପ ବିଧାୟକ ପ୍ରାର୍ଥୀ ଆଶିଷ ପାଣ୍ଡେ ଉପଜିଲ୍ଲାପାଳଙ୍କ ନିକଟରେ ନାମାଙ୍କନ ଭରିଛନ୍ତି । ସେପଟେ ପାଟଣାଗଡ କଂଗ୍ରେସ ବିଧାୟକ ପ୍ରାର୍ଥୀ ଭାବେ ଅନିଲ ମେହେର୍ ଉପଜିଲ୍ଲାପାଳଙ୍କ ନିକଟରେ ପ୍ରାର୍ଥୀପତ୍ର ଦାଖଲ କରିଥିଲେ । ସେହିପରି ସ୍ଵାଧୀନ ପ୍ରାର୍ଥୀ ଜତି ପଧାନ ପାଟଣାଗଡ ଉପଜିଲ୍ଲାପାଳଙ୍କ ନିକଟରେ ନାମାଙ୍କନ ଭରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁଙ୍କ ଆଜି ନବମୀ ସନ୍ଧ୍ୟା ଦର୍ଶନ 🔴 OAS ସଂଘ ଆନ୍ଦୋଳନ ପ୍ରତ୍ୟାହୃତ 🔴 ୪ ଜିଲ୍ଲାରେ ପ୍ରବଳ ବର୍ଷିବ ! 🔴 ପାକିସ୍ତାନ ସୀମା ଜଗିବ ଆପାଚି 🔴 ଭାରତ ଆସିବେ ପାକିସ୍ତାନ ଖେଳାଳି 🔴 ବନ୍ୟାପାଣି ଘେରରେ ଜୀବନ 🔴 ଘାନାରେ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ 🔴 ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଆଲର୍ଟ 🔴 ଆତଙ୍କୀଙ୍କ ଆଡ୍ଡା ପାଲଟିଛି ଗଞ୍ଜାମ,୨୪ ଘଣ୍ଟା ମଧ୍ୟରେ ହୋଇଛି ୩ ହତ୍ୟାକାଣ୍ଡ 🔴 ରେଳଧାରଣାକୁ ଧସିଲା ମାଟି 🔴 ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁଙ୍କ ଆଜି ନବମୀ ସନ୍ଧ୍ୟା ଦର୍ଶନ 🔴 OAS ସଂଘ ଆନ୍ଦୋଳନ ପ୍ରତ୍ୟାହୃତ 🔴 ୪ ଜିଲ୍ଲାରେ ପ୍ରବଳ ବର୍ଷିବ ! 🔴 ପାକିସ୍ତାନ ସୀମା ଜଗିବ ଆପାଚି 🔴 ଭାରତ ଆସିବେ ପାକିସ୍ତାନ ଖେଳାଳି 🔴 ବନ୍ୟାପାଣି ଘେରରେ ଜୀବନ 🔴 ଘାନାରେ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ 🔴 ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଆଲର୍ଟ 🔴 ଆତଙ୍କୀଙ୍କ ଆଡ୍ଡା ପାଲଟିଛି ଗଞ୍ଜାମ,୨୪ ଘଣ୍ଟା ମଧ୍ୟରେ ହୋଇଛି ୩ ହତ୍ୟାକାଣ୍ଡ 🔴 ରେଳଧାରଣାକୁ ଧସିଲା ମାଟି