କଣ୍ଟାବାଞ୍ଜି ବିଧାନସଭା ଆସନରୁ ନାମାଙ୍କନ ଭରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି କଣ୍ଟାବାଞ୍ଜି ବିଧାନସଭା ଆସନରୁ ନାମାଙ୍କନ ଭରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହା ନବୀନଙ୍କ ଦ୍ବିତୀୟ ନିର୍ବାଚନ କ୍ଷେତ୍ର। ଏଠାରୁ ପ୍ରଥମ ଥର ପାଇଁ ପ୍ରାର୍ଥିପତ୍ର ଦାଖଲ କରିବେ ନବୀନ। ପୂର୍ବରୁ ହିଞ୍ଜିଳି ବିଧାନସଭା ଆସନରୁ ପ୍ରାର୍ଥିପତ୍ର ଦାଖଲ କରି ସାରିଛନ୍ତି । ଆଜି ପୂର୍ବାହ୍ନରେ ହେଲିକପ୍ଟର ଯୋଗେ ମୁଖ୍ୟମନ୍ତ୍ରୀ ଟିଟିଲାଗଡ଼ରେ ପହଞ୍ଚିବା ପରେ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଯାଇ ନାମାଙ୍କନ ଭରିବେ ନବୀନ। ଅନ୍ୟପକ୍ଷରେ ମୁଖ୍ୟମନ୍ତ୍ରୀଙ୍କ ନାମାଙ୍କନପତ୍ର ଦାଖଲ ପାଇଁ ଜିଲ୍ଲା ପ୍ରଶାସନ ଓ ପୁଲିସ ବିଭାଗ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ଗତ ୨୯ ତାରିଖରେ ହିଞ୍ଜିଳି ବିଧାନସଭା ଆସନରୁ ପ୍ରାର୍ଥିପତ୍ର ଦାଖଲ କରିଥିଲେ ମୁଖ୍ୟମନ୍ତ୍ରୀ।। ମା ତାରା ତାରିଣୀଙ୍କ ଦର୍ଶନ ପରେ ବିରାଟ ଶୋଭାଯାତ୍ରାରେ ଯାଇ ନାମାଙ୍କନ ଭରିଥିଲେ ନବୀନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!