Masthead

ଆଜି ନାମାଙ୍କନ ଦାଖଲ କରିବେ ହେଭିୱେଟ ନେତା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ହେଭିୱେଟଙ୍କ ନାମାଙ୍କନ । ଲୋକସଭା ନିର୍ବାଚନ ପାଇଁ ଆଜି ୪ ହେଭିଓ୍ବେଟ ନେତା ପ୍ରାର୍ଥିପତ୍ର ଦାଖଲ କରିବେ । ଭୁବନେଶ୍ୱର ଲୋକସଭା ଆସନରୁ ବିଜେପି ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ ଓ ବିଜେଡି ପ୍ରାର୍ଥୀ ମନ୍ମଥ ରାଉତରାୟ ନାମାଙ୍କନ ଭରିବେ । ଅପରାଜିତା ଷଡ଼ଙ୍ଗୀ ପୂର୍ବାହ୍ନରେ ଖୋର୍ଦ୍ଧା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ନାମାଙ୍କନ ଦାଖଲ କରିବେ । ମେ ୨୫ ତାରିଖରେ ତୃତୀୟ ପର୍ୟ୍ୟାୟରେ ଭୁବନେଶ୍ବର ଲୋକସଭା କ୍ଷେତ୍ର ପାଇଁ ମତଦାନ ହେବ ।

ସେହିପରି ସମ୍ବଲପୁର ଲୋକସଭା ଆସନ ପାଇଁ ଆଜି ନାମାଙ୍କନ ଭରିବେ ଧର୍ମେନ୍ଦ୍ର ପଧାନ । ମା’ ସମଲେଶ୍ବରୀଙ୍କ ଦର୍ଶନ କରିବା ପରେ ସମ୍ବଲପୁର ଜିଲାପାଳଙ୍କ କାର୍ଯ୍ୟାଳୟକୁ ଯାଇ ନାମାଙ୍କନ ପତ୍ର ଦାଖଲ କରିବେ । ଏଥିପାଇଁ ବିଜେପି ପକ୍ଷରୁ ସବୁ ପ୍ରସ୍ତୁତି ଶେଷ ହୋଇଛି । ଅନ୍ୟପଟେ ପୁରୀ ଲୋକସଭା ଆସନରୁ ଅରୁପ ପଟ୍ଟନାୟକ ନାମାଙ୍କନ ପତ୍ର ଦାଖଲ କରିବେ। ନାମାଙ୍କନ ବେଳେ ଶକ୍ତି ପଦର୍ଶନ ପାଇଁ ସବୁ ଦଳ ପ୍ରସ୍ତୁତି ଜୋରଦାର କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ