ଓଡ଼ିଶା ଆସୁଛନ୍ତି ରାହୁଲ

ରାୟଗଡ଼ା (ବଡ଼ ଖବର ବ୍ୟୁରୋ): ଆଜି ରାୟଗଡା ଆସିବେ କଂଗ୍ରେସ ସାଂସଦ ରାହୁଲ ଗାନ୍ଧି। ଏଥିପାଇଁ କଂଗ୍ରେସ ଶିବିରରେ ଉତ୍ସାହ ଦେଖିବାକୁ ମିଳିଛି। ରାହୁଲ ମଧ୍ୟାହ୍ନ ୧୨ଟାରେ ହେଲିକେପ୍ଟର ଯୋଗେ ରାୟଗଡାରେ ପହଞ୍ଚିବା କାର୍ଯ୍ୟକ୍ରମ ରହିଛି। ଏହା ପରେ ସ୍ଥାନୀୟ ଜିଆଇଏସିଆର୍ କଲେଜ ସମ୍ମୁଖ ପଡିଆରେ ଆୟୋଜିତ ବିରାଟ ସମାବେଶରେ ଜନସାଧାରଣଙ୍କୁ ସମ୍ବୋଧନ କରିବେ। ରାୟଗଡ଼ା ଜିଆଇଏସିଆର କଲେଜ ନିକଟ ସଭାସ୍ଥଳକୁ ଯାଇ ନ୍ୟାୟ ରାଲିକୁ ସମ୍ବୋଧିତ କରିବେ ।

ଅପରାହ୍ନ ୧୨ଟା ୧୦ରୁ ସାଢ଼େ ୧ଟାଏ ମଧ୍ୟରେ ରାହୁଲ ନିର୍ବାଚନୀ ସଭାକୁ ସମ୍ବୋଧିତ କରିବାର କାର୍ଯ୍ୟକ୍ରମ ରହିଛି । ନିର୍ବାଚନୀ ସଭାରେ ରାହୁଲ ଆଦିବାସୀ ଓ ଓବିସି ସମ୍ବନ୍ଧୀୟ ପ୍ରସଙ୍ଗରେ ମତ ରଖିବାର ସମ୍ଭାବନା ରହିଛି । ଏହି କାର୍ଯ୍ୟକ୍ରମରେ ତେଲେଙ୍ଗାନା ଉପମୁଖ୍ୟମନ୍ତ୍ରୀ ଏମ୍.ବିକ୍ରମ ଭଟ୍ଟୀ, ପିସିସି ପ୍ରଭାରୀ ଅଜୟ କୁମାର, ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ସମେତ ବହୁ ବରିଷ୍ଠ ନେତା ଯୋଗଦେବେ। ଗତକାଲି ରାୟଗଡା ଜିଲ୍ଲା କଂଗ୍ରେସ ପକ୍ଷରୁ ଏକ ସାମ୍ବାଦିକ ସମ୍ମିଳନୀରେ ଏନେଇ ସୂଚନା ଦିଆଯାଇଥିଲା।ଚଳିତ ନିର୍ବାଚନରେ ରାହୁଲଙ୍କ ଏହା ଦ୍ୱିତୀୟ ଓଡ଼ିଶା ଗସ୍ତ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ