Masthead

ଖସିବ ତାତି, ମେ ୬ରୁ ବଦଳିବ ପାଗ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ତାତିରୁ ମିଳିବ ଆଶ୍ୱସ୍ତି । ଉପକୂଳ ଓଡ଼ିଶାରେ ତାପମାତ୍ରା ୧ରୁ ୨ ଡିଗ୍ରୀ କମିବ। ମାତ୍ର ଆଭ୍ୟନ୍ତରୀଣ ଓ ପଶ୍ଚିମ ଓଡ଼ିଶାରେ ଗ୍ରୀଷ୍ମପ୍ରବାହ ଲାଗିରହିବ । ୬ ତାରିଖ ବେଳକୁ ତାପମାତ୍ରା ୩ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବା ସମ୍ଭାବନା ରହିଛି। ଫଳରେ ରାଜ୍ୟରେ ଗ୍ରୀଷ୍ମପ୍ରବାହରେ ବ୍ରେକ ଲାଗିବ । ଲଗାତାର ୧୭ ଦିନ ଧରି ଜାରି ରହିଥିବା ଗ୍ରୀଷ୍ମ ପ୍ରବାହରେ ତ୍ରାହି ତ୍ରାହି ଡାକୁଥିବା ରାଜ୍ୟବାସୀଙ୍କୁ ସାମାନ୍ୟ ଆଶ୍ବସ୍ତି ମିଳିବ ।

ଏପ୍ରିଲରେ ୧୬ ଦିନ ଧରି ୪୦ ଡିଗ୍ରୀ ଉପରେ ରାଜଧାନୀ ତାପମାତ୍ରା ରେକର୍ଡ କରାଯାଇଛି । ଆଗାମୀ ୩ରୁ ୪ ଦିନ ପର୍ଯ୍ୟନ୍ତ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ । ଗତକାଲି ୪୫ ଡିଗ୍ରୀ ସହ ବଲାଙ୍ଗୀର ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟି ଥିଲା । ୨୯ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ