ନାମାଙ୍କନ ଭରିଲେ ରାହୁଲ

ରାୟବରେଲୀ (ବଡ଼ ଖବର ବ୍ୟୁରୋ): କଂଗ୍ରେସ ନେତା ରାହୁଲ ଗାନ୍ଧୀ ଶୁକ୍ରବାର ରାୟବରେଲୀ ଲୋକସଭା ଆସନରୁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହି ସମୟରେ ମା’ ସୋନିଆ ଗାନ୍ଧୀ, ଭଉଣୀ ପ୍ରିୟଙ୍କା ଗାନ୍ଧୀ ଏବଂ ଅଶୋକ ଗେହଲଟ ଉପସ୍ଥିତ ଥିଲେ। ନାମାଙ୍କନର ମାତ୍ର କିଛି ଘଣ୍ଟା ପୂର୍ବରୁ ରାୟବରେଲୀ ଆସନ ପାଇଁ କଂଗ୍ରେସ ତରଫରୁ ରାହୁଲ ଗାନ୍ଧୀଙ୍କ ନାମ ଘୋଷଣା କରାଯାଇଥିଲା । ଏହାପରେ ରାହୁଲ ଗାନ୍ଧୀ ରାୟବରେଲୀ ସ୍ଥିତ ଫୁରସତଗଞ୍ଜ ବିମାନବନ୍ଦରରେ ମା’ ସୋନିଆ ଗାନ୍ଧୀ, ଭଉଣୀ ପ୍ରିୟଙ୍କା ଗାନ୍ଧୀ ଓ ରାଜସ୍ଥାନର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ, ପାର୍ଟି ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ ଓ ଅନ୍ୟ କିଛି ନେତାଙ୍କ ସହ ଓହ୍ଲାଇଥିଲେ ।

ପୂର୍ବରୁ ଦଳ ତରଫରୁ ସମସ୍ତ ବ୍ୟବସ୍ଥା ହୋଇସାରିଥିଲା । ବିମାନରୁ ରାହୁଲ ଗାନ୍ଧୀ ଓହ୍ଲାଇବା ପରେ ହଜାର ହଜାର ଦଳୀୟ କର୍ମୀ ଓ ସମର୍ଥକ ତାଙ୍କୁ ସ୍ୱାଗତ କରି ଉପ ଜିଲ୍ଲାପାଳଙ୍କ କାର୍ୟ୍ୟାଳୟ ପର୍ଯ୍ୟନ୍ତ ନେଇଥିଲେ । ତାଙ୍କ ନାମାଙ୍କନ ଶୋଭାଯାତ୍ରାରେ ସମର୍ଥକଙ୍କର ପ୍ରବଳ ଭିଡ ଲାଗିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!