ତାତିରୁ ମିଳିବ ଆଶ୍ୱସ୍ତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବଦଳିବ ପାଗ । ତାତିରୁ ମିଳିବ ଆଶ୍ୱସ୍ତି । ସର୍ବୋଚ୍ଚ ତାପମାତ୍ରା ସ୍ୱାଭାବିକଠାରୁ କମ୍ ରହିବ । କାଳବୈଶାଖୀ ପ୍ରଭାବରେ ବର୍ଷା ପବନ ହୋଇପାରେ । ଭାରତୀୟ ପାଣିପାଗ ବିଭାଗ ଏହି ସୂଚନା ଦେଇଛି । ତେବେ ଆସନ୍ତା ୩ରୁ ୪ ଦିନ ମଧ୍ୟରେ ଓଡ଼ିଶାର ଅଧିକାଂଶ ସ୍ଥାନର ତାପମାତ୍ରା ସ୍ୱାଭାବିକଠାରୁ ୩ରୁ ୫ ଡିଗ୍ରୀ ଅଧିକ ରହିବ ।

ଆଜି ଏବଂ ଆସନ୍ତାକାଲି ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଦେବଗଡ଼, ବୌଦ୍ଧ, ବଲାଙ୍ଗୀର, ସୁବର୍ଣ୍ଣପୁର, ସମ୍ବଲପୁର, ଝାରସୁଗୁଡ଼ା ଜିଲ୍ଲାରେ ହିଟ୍ୱେଭ୍ ସ୍ଥିତି ଉପୁଜିବାକୁ ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୬ ତାରିଖ ମଧ୍ୟରେ ଉପକୂଳ ଓଡ଼ିଶାର ତାପମାତ୍ରା ୩୯ ଡିଗ୍ରୀ ଓ ଆଭ୍ୟନ୍ତରୀଣ ଓଡ଼ିଶାର ତାପମାତ୍ରା ୪୦ରୁ ୪୩ ଡିଗ୍ରୀ ମଧ୍ୟରେ ରହିବ । ଏହାପରେ ଅଧିକାଂଶ ସ୍ଥାନରେ ତାପମାତ୍ରା ୩ରୁ ୪ ଡିଗ୍ରି ପର୍ଯ୍ୟନ୍ତ ହ୍ରାସ ପାଇବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ