Masthead

ଫଣ୍ଡିଂର କୌଣସି ସମସ୍ୟା ନାହିଁ: ଅଜୟ କୁମାର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସୁଚରିତା ମହାନ୍ତି ଟିକେଟ ଫେରାଇବା ନେଇ ଅଜୟ କୁମାରଙ୍କ ବଡ଼ ବୟାନ । କହିଛନ୍ତି ପ୍ରାର୍ଥୀ ବଦଳାଇବା ଜାଣି ସେ ଟିକେଟ ଫେରାଇଲେ ସୁଚରିତା । ପୁରୀରେ ପ୍ରାର୍ଥୀ ବଦଳାଇଥାନ୍ତୁ କିନ୍ତୁ ସେ ଆଗରୁ ଜାଣିପାରି ଫେରାଇଲେ । ପ୍ରାର୍ଥୀ ବଦଳାଇବା ପାଇଁ ଆମେ ଚିଠି ଲେଖି ଅନୁରୋଧ କରିଥିଲୁ । ସେ ଆହୁରି ମଧ୍ୟ କହିଛନ୍ତି ଆଜି କି କାଲି ଭିତରେ ପୁରୀରୁ ନୂଆ ପ୍ରାର୍ଥୀ ଘୋଷଣା ହୋଇଥାନ୍ତା । ଏକଥା ସେ ପୂର୍ବରୁ ଜାଣିପାରି ଫେରାଇଛନ୍ତି । ନିଜ ଚିଠି ଭାଇରାଲ କରିଛନ୍ତି । ଫଣ୍ଡିଂର କୌଣସି ସମସ୍ୟା ନାହିଁ, ପାର୍ଟି ଫଣ୍ଡିଂ କରିଥାନ୍ତା ।

ଟିକେଟ୍ ଫେରାଇଛନ୍ତି ପୁରୀ ଲୋକସଭା ପ୍ରାର୍ଥୀ ସୁଚରିତା ମହାନ୍ତି । ଏନେଇ ସେ ସୋନିଆ ଗାନ୍ଧୀ, ରାହୁଲ ଗାନ୍ଧୀ ଏବଂ ଏଆଇସିସି ସାଧାରଣ ସମ୍ପାଦକ କେସି ବେଣୁଗୋପାଳଙ୍କୁ ଇମେଲ ପଠାଇଛନ୍ତି । ତେବେ ମୁଖ୍ୟତଃ ସେ ଦୁଇଟି କାରଣ ପାଇଁ ଟିକେଟ୍ ଫେରାଇଥିବା କହିଛନ୍ତି । ପ୍ରଥମତଃ ପୁରୀର ବିଭିନ୍ନ ବିଧାନସଭା ଆସନରେ ଦଳ ଦୁର୍ବଳ ପ୍ରାର୍ଥୀ ଦେଇଛି । ଏବଂ ଦ୍ୱିତୀୟରେ ପ୍ରଚାର ପାଇଁ ଦଳ ପକ୍ଷରୁ କୌଣସି ଫଣ୍ଡିଂ ଦିଆଯାଉନାହିଁ । ବିନା ଫଣ୍ଡିଙ୍ଗରେ କ୍ୟାମ୍ପେନିଙ୍ଗ ସମ୍ଭବ ନୁହେଁ ବୋଲି କହିଛନ୍ତି ସୁଚରିତା । ତେଣୁ ସେ ନିଜ ଟିକେଟ୍ ଫେରାଉଛନ୍ତି ବୋଲି ଇମେଲରେ ଜଣାଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ