Masthead

ଆସନ୍ତା ୧୦ରେ ଭୁବନେଶ୍ୱରରେ ମୋଦିଙ୍କ ରୋଡ୍ ସୋ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମୋଦିଙ୍କ ଫୋକସରେ ଓଡ଼ିଶା । ୧୦ରେ ଭୁବନେଶ୍ୱରରେ ମୋଦିଙ୍କ ରୋଡ୍‌ ସୋ । ଭୁବନେଶ୍ୱରରେ ବିଶାଳ ରୋଡ ସୋ କରିବା ସହ ଏକାମ୍ର, ଉତ୍ତର ଓ ମଧ୍ୟ ନିର୍ବାଚନ ମଣ୍ଡଳୀରେ ବିଜେପି ପ୍ରାର୍ଥୀଙ୍କ ପାଇଁ ରାଲି କରିବେ ମୋଦି । ସାମ୍ବାଦିକ ସମ୍ମିଳନୀ କରି ସୂଚନା ଦେଲା ରାଜ୍ୟ ବିଜେପି । କାଲି ରାତି ୯ଟା ୩୦ରେ ଭୁବନେଶ୍ୱରରେ ପହଁଚିବେ । ଏହାପୂର୍ବରୁ ଅପରାହ୍ଣରେ ଆସି ପହଁଚିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ।

ଭୁବନେଶ୍ୱରରେ ପହଁଚିବା ପରେ ରାଜ୍ୟ ବିଜେପିର ନିର୍ବାଚନୀ ଇସ୍ତହାର ଜାରି କରିବେ । ଏହାସହ ନିର୍ବାଚନ ରଣନୀତି ନେଇ ବରିଷ୍ଠ ନେତା ଓ କର୍ମୀଙ୍କ ସହ ଆଲୋଚନା କରିବେ । ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରାତିରେ ପହଁଚିବା ପରେ ଭୁବନେଶ୍ୱରରେ ରାତି କାଟିବେ । ସୋମବାର ସକାଳୁ ବ୍ରହ୍ମପୁର ଯିବେ । ପରେ ନବରଙ୍ଗପୁରରେ ବି ବିଜୟ ସଂକଳ୍ପ ସମାବେଶରେ ଯୋଗଦେବେ । ଆସନ୍ତା ସପ୍ତାହରେ ପୁଣି ୨ ଦିନିଆ ଗସ୍ତରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ । ୧୧ ତାରିଖରେ ବଲାଙ୍ଗିର ସାଧାରଣ ସଭାରେ ଯୋଗଦେବେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା