Masthead

ଆଜି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଜେ.ପି. ନଡ୍ଡା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ଓ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା । ଏଥିପାଇଁ ଭୁବନେଶ୍ବରରୁ ନବରଙ୍ଗପୁର ଯାଏଁ ଉତ୍ସାହିତ ବିଜେପି ଶିବିର। ଓଡ଼ିଶାରେ ନିର୍ବାଚନକୁ ଆଉ ଦିନ କେଇଟା ବାକି ଥିବାରୁ ମୋଦିଙ୍କ ମନ୍ତ୍ର ବିଜେପି କର୍ମୀଙ୍କ ମଧ୍ୟରେ ଜୋସ୍ ଭରିବ। ଆଜି ରାତି ସାଢ଼େ ୯ଟାରେ ଭୁବନେଶ୍ବରରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ। ଭୁବନେଶ୍ବରରେ ରାତ୍ରି ଯାପନ ପରେ ଆସନ୍ତାକାଲି ବ୍ରହ୍ମପୁର ଏବଂ ନବରଙ୍ଗପୁରରେ ଗସ୍ତରେ ଯିବେ। ସେଠାରେ ପ୍ରଧାନମନ୍ତ୍ରୀ ବିଶାଳ ଜନସଭାକୁ ସମ୍ବୋଧନ କରିବା କାର୍ୟ୍ୟକ୍ରମ ରହିଛି। ବ୍ରହ୍ମପୁର ସହର ଉପକଣ୍ଠ କନିଷିରେ ସାଧାରଣ ସଭାକୁ ଉଦବୋଧନ ଦେବେ ପ୍ରଧାନମନ୍ତ୍ରୀ। ବ୍ରହ୍ମପୁରରେ ପ୍ରାୟ ଘଣ୍ଟାଏ ରହିବେ ମୋଦି।

ବ୍ରହ୍ମପୁରରେ ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ ବସିଛି ଗୁରୁତ୍ବପୂର୍ଣ୍ଣ ବୈଠକ। ଜିଲ୍ଲା ପ୍ରଶାସନ ଓ ପୋଲିସ୍ ସହ ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷାରେ ମୁତୟନ ଥିବା SPG ଗ୍ରୁପ୍ ଆଲୋଚନା କରିଛନ୍ତି। ଅନ୍ୟପଟେ ଆଜି ଆସିବ ବିଜେପିର ନିର୍ବାଚନୀ ଇସ୍ତାହାର। ଏଥିପାଇଁ ଭୁବନେଶ୍ବର ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା। ଆଜି ଅପରାହ୍ନ ୩ଟା ବେଳେ ଭୁବନେଶ୍ବରରେ ପହଞ୍ଚିବେ ନଡ୍ଡା। ଦଳର ନିର୍ବାଚନୀ ଇସ୍ତାହାର ପ୍ରକାଶ କରିବା ସହିତ ଭୁବନେଶ୍ବରରେ କର୍ମକର୍ତ୍ତାଙ୍କ ସହ ନିର୍ବାଚନ ରଣନୀତି ନେଇ ଆଲୋଚନା କରିବେ। ଏହାପରେ କଟକ ଯାଇ ଦଳୀୟ ନେତା ଓ କର୍ମୀଙ୍କୁ ନଡ୍ଡା ଭେଟିବାର କାର୍ଯ୍ୟକ୍ରମ ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ