Masthead

ମୋଦିଙ୍କ ମେଗା ‘ସୋ’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଓଡ଼ିଶାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଆଜି ବ୍ରହ୍ମପୁର ଏବଂ ନବରଙ୍ଗପୁରରେ ବିଶାଳ ଜନସଭାକୁ କରିବେ ସମ୍ବୋଧନ। ସକାଳ ୧୦ଟାରେ ବ୍ରହ୍ମପୁର ଏବଂ ଦିନ ସାଢ଼େ ୧୨ଟାରେ ନବରଙ୍ଗପୁର ପାପଡ଼ାହାଣ୍ଡିରେ ପ୍ରଧାନମନ୍ତ୍ରୀଙ୍କ ଜନସଭା କାର୍ଯ୍ୟକ୍ରମ ରହିଛି। ମୋଦି ଆଜି ବ୍ରହ୍ମପୁର ଓ ନବରଙ୍ଗପୁରରେ ଦଳୀୟ ସମାବେଶରେ ଯୋଗଦେବେ । ଦଳୀୟ ପ୍ରାର୍ଥୀଙ୍କ ପାଇଁ ସେଠାରେ ପ୍ରଚାର କରିବେ ।

ପ୍ରଥମେ ବ୍ରହ୍ମପୁର ଯାଇ କନିସି ଛକରେ ଜନସଭା ସହ ପ୍ରଚାର କରିବାର କାର୍ଯ୍ୟକ୍ରମ ରହିଛି । ଏହାପରେ ନବରଙ୍ଗପୁର ଚିକିଲିଗାଁ ପଡ଼ିଆରେ ମୋଦି ଜନସଭା କରିବାର କାର୍ଯ୍ୟକ୍ରମ ରହିଛି । ମୋଦିଙ୍କ ଗସ୍ତ ନେଇ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ସେପଟେ ଆଜିର କାର୍ଯ୍ୟକ୍ରମ ପରେ ଆସନ୍ତା ୧୦ରେ ପୁଣି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ। ୧୦ ତାରିଖରେ ଭୁବନେଶ୍ୱରରେ ରୋଡ୍ ସୋ କରିବେ ମୋଦି। ସମ୍ଭବତଃ ମାଷ୍ଟରକ୍ୟାଣ୍ଟିନରୁ ବାଣୀବିହାର ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ରୋଡ୍ ଶୋ କରିପାରନ୍ତି। ଏ ନେଇ ସୂଚନା ଦେଇଛନ୍ତି ସାଂସଦ ଅପରାଜିତା ଷଡ଼ଙ୍ଗୀ।

ରବିବାର ରାତିରେ ପ୍ରଧାନମନ୍ତ୍ରୀ ମୋଦୀ ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ରାଜ୍ୟ ବିଜେପି ପକ୍ଷରୁ ଭବ୍ୟ ସ୍ୱାଗତ କରାଯାଇଥିଲା । ଓଡ଼ିଶାର ପାରମ୍ପରିକ ବାଦ୍ୟ ଓ ନୃତ୍ୟରେ ମୋଦୀଙ୍କୁ ସ୍ୱାଗତ କରାଯାଇଥିଲା । ମୋଦୀ ହାତରେ ପଦ୍ମ ଫୁଲ ଦେଖାଇ ଅଭିବାଦନ ଜଣାଇଥିଲେ । ଏହାପରେ ସ୍ୱତନ୍ତ୍ର କାରକେଡରେ ରାଜଭବନ ଯାଇଥିଲେ ପ୍ରଧାନମନ୍ତ୍ରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି