Masthead

ଓଡ଼ିଶାରେ ପ୍ରଥମ ଥର ଡବଲ ଇଞ୍ଜିନ ସରକାର କରିବୁ: ନରେନ୍ଦ୍ର ମୋଦି

ବ୍ରହ୍ମପୁର (ବଡ଼ ଖବର ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିଥିବା ବେଳେ ସୋମବାର ଏକ ସ୍ବତନ୍ତ୍ର ବିମାନରେ ବ୍ରହ୍ମପୁରର କନିଷିଠାରେ ଆୟୋଜିତ ଏକ ନିର୍ବାଚନୀ ସଭାରେ ଉଦ୍‌ବୋଧନ ଦେଇଛନ୍ତି। ସଭା ଆରମ୍ଭରେ ପ୍ରଧାନମନ୍ତ୍ରୀ ଜୟ ଜଗନ୍ନାଥ କହି ତାଙ୍କର ଅଭିଭାଷଣ ଆରମ୍ଭ କରିଥିବା ବେଳେ ଜୟ ଶ୍ରୀରାମ ମଧ୍ୟ କହିଛନ୍ତି। ବିଜେଡି ସରକାରଙ୍କୁ ଟାର୍ଗେଟ କରି କହିଛନ୍ତି ଓଡିଶା ପାଇଁ ଦିଲ୍ଲୀରୁ ଟଙ୍କା ପଠାଉଛି ମୋଦୀ ସରକାର । ହେଲେ ଏହାକୁ ନିଜର ଯୋଜନା କହି ଏହା ଉପରେ ନିଜ ଷ୍ଟିକର ଲଗାଇ ବାହାବା ନେଉଛି ବିଜେଡି ସରକାର । ପ୍ରଧାନମନ୍ତ୍ରୀ ସଡକ ଯୋଜନା , ଜଳଜୀବନ ଯୋଜନା ପାଇଁ ଯଥେଷ୍ଟ ଟଙ୍କା ପଠାଇଛି ମୋଦୀ ସରକାରୀ । ହେଲେ ଏହାକୁ ଖର୍ଚ୍ଚ କରିପାରିଲାନି ବିଜେଡି ସରକାର ।

ଏପରିକି କେନ୍ଦ୍ର କରିଥିବା ଆୟୁଷ୍ମାନ ଯୋଜନାକୁ ତ ବିଜେଡି ସରକାର ରାଜ୍ୟରେ କାର୍ୟ୍ୟକାରୀ କରିବାକୁ ଦେଲେନି । ହେଲେ ଲେଖିରଖ .. ଜୁନ୍ ୧୦ରେ ଯେଉଁଦିନ ଭୁବନେଶ୍ୱରରେ ବିଜେପି ମୁଖ୍ୟମନ୍ତ୍ରୀ ଶପଥ ନେବେ ସେହିଦିନ ହିଁ ଓଡିଶାରେ ଆୟୁଷ୍ମାନ ଯୋଜନା ଲାଗୁହେବ । କାହାରି ଘରେ ବୟସ୍କଙ୍କ ପାଇଁ ନିଜ ହାତରୁ ଟଙ୍କାଟିଏ ଖର୍ଚ୍ଚ କରିବାକୁ ପଡିବନି । ସେ ଆହୁରି ମଧ୍ୟ କହିଛନ୍ତି ଓଡ଼ିଶାରେ ପ୍ରଥମ ଥର ଡବଲ ଇଞ୍ଜିନ ସରକାର କରିବ । ଆପଣଙ୍କ ଆଶୀର୍ବାଦ ମୋର ତାକତ । ଓଡ଼ିଶାରେ ଡବଲ ଇଂଜିନ ସରକାର ହେଲେ ତ୍ୱରିତ ବିକାଶ ହେବ ।

ଓଡ଼ିଶାର ତ୍ୱରିତ ବିକାଶ ପାଇଁ ମୋଦି ଗ୍ୟାରେଣ୍ଟି ଦେଉଛି । ମୋଦି ବିକଶିତ ଭାରତ, ବିକଶିତ ଓଡ଼ିଶାର ସଂକଳ୍ପ ନେଇଛି । ମୋର ତାକତ ବଢ଼ିଲେ, ପୁଣି ଥରେ ଆସିବ ମୋଦି ସରକାର । ଅଧିକରୁ ଅଧିକ ଘରକୁ ଯିବାକୁ କର୍ମୀଙ୍କୁ ପରାମର୍ଶ ଦେଲେ । ମୋଦି ଜୟ ଜଗନ୍ନାଥ ଜଣାଇଥିବା, ପ୍ରତି ଘରକୁ ଯାଇ ଜଣାନ୍ତୁ । ଆପଣ ଜୟ ଜଗନ୍ନାଥ କହିଲେ, ସେମାନେ ମୋତେ ଆଶୀର୍ବାଦ ଦେବେ । ସେମାନେ ମୋତେ ଆଶୀର୍ବାଦ କଲେ, ମୋର ତାକତ ବଢ଼ିଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼