Masthead

ତୃତୀୟ ପର୍ଯ୍ୟାୟ ପାଇଁ ମତଦାନ, ୯୩ ଲୋକସଭା ଆସନରେ ଚାଲିଛି ଭୋଟିଂ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦେଶରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆରମ୍ଭ ହୋଇଛି ମତଦାନ। ୧୦ ରାଜ୍ୟ ଏବଂ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳର ୯୩ଟି ଲୋକସଭା ଆସନରେ ଆଜି ଭୋଟ ଗ୍ରହଣ ହେଉଛି। ମତାଧିକାର ମାଧ୍ୟମରେ ୧୩ଶହ ୫୧ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ୧୭ କୋଟିରୁ ଅଧିକ ଭୋଟର୍ । ଏଥିପାଇଁ ୧ଲକ୍ଷ ୮୫ ହଜାର ବୁଥ୍ ହୋଇଛି । ସକାଳ ୭ଟାରେ ମତଦାନ ଆରମ୍ଭ ହୋଇଥିବା ବେଳେ, ଏହା ପୂର୍ବରୁ ମକ୍ ପୋଲିଂ ହୋଇଥିଲା । ତୃତୀୟ ପର୍ଯ୍ୟାୟରେ ଉତ୍ତରପ୍ରଦେଶ, ଗୁଜରାଟ, ମହାରାଷ୍ଟ୍ର, କର୍ଣ୍ଣାଟକ, ମଧ୍ୟପ୍ରଦେଶ, ଆସାମ, ବିହାର, ଛତିଶଗଡ଼, ପଶ୍ଚିମବଙ୍ଗ, ଗୋଆ ଏବଂ ଦାଦ୍ରା ନଗର ହାଭେଳି ଓ ଦାମନ ଡିଉ ପାଇଁ ଭୋଟ ଗ୍ରହଣ ଚାଲିଛି।

ତୃତୀୟ ପର୍ଯ୍ୟାୟରେ ଗୁଜରାଟର ୨୬ରୁ ୨୫ ଲୋକସଭା ଆସନରେ ନିଆଯାଉଛି ଭୋଟ। ସୁରତ ସିଟରେ କଂଗ୍ରେସ ପ୍ରାର୍ଥୀଙ୍କ ନାମାଙ୍କନ ଖାରଜ ହେବାରୁ ବିଜେପିର ମୁକେଶ ଦଲାଲ ନିର୍ନ୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ସେହିପରି କର୍ଣ୍ଣାଟକର ୧୪, ମହାରାଷ୍ଟ୍ରର ୧୧, ତ୍ତରପ୍ରଦେଶର ୧୦, ମଧ୍ୟପ୍ରଦେଶର ୮, ଛତିଶଗଡ଼ ୭, ବିହାର ୫ ଏବଂ ଆସାମ ଓ ପଶ୍ଚିମବଙ୍ଗର ୪ଟି ଲେଖାଏଁ ସିଟରେ ଭୋଟିଂ ହେଉଛି। ସେହିପରି ଗୋଆର ୨ ଏବଂ କେନ୍ଦ୍ର ଶାସିତ ଅଞ୍ଚଳ ଦାଦ୍ରା ନଗର ହାଭେଳି ଓ ଦାମନ ଡିଉର ୨ଟି ସିଟରେ ହେଉଛି ମତଦାନ। ଏହି ପର୍ୟ୍ୟାୟରେ ହେବାକୁ ଥିବା ଜମ୍ମୁ ଓ କଶ୍ମୀରର ଗୋଟିଏ ଆସନ ପାଇଁ ମତଦାନ ପରବର୍ତ୍ତୀ ପର୍ଯ୍ୟାୟକୁ ଘୁଞ୍ଚାଇ ଦିଆଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ