Masthead

ଆଜି ବହୁ ହେଭିୱେଟଙ୍କ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜି ତୃତୀୟ ପର୍ଯ୍ୟାୟ ନିର୍ବାଚନ ।  ବାଜିରେ ଲାଗିଛି ବହୁ ହେଭିୱେଟ ନେତାଙ୍କ ଭାଗ୍ୟ । ୧୦ ରାଜ୍ୟ ଓ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳରେ ଚାଲିଛି ମତଦାନ । ୯୩ ଲୋକସଭା ଆସନ ପାଇଁ ୧ ଲକ୍ଷ ୮୫ ହଜାର ବୁ୍ଥରେ ମତଦାନ । ଏଥିପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା ସହ ଭୋଟରଙ୍କ ସୁବିଧା ପାଇଁ ବିଭିନ୍ନ ବ୍ୟବସ୍ଥା ମଧ୍ୟ ହୋଇଛି । ବିଭିନ୍ନ ଦଳର ବହୁ ଟାଣୁଆ ନେତାଙ୍କର ଆଜି ହେଉଛି ଭାଗ୍ୟ ପରୀକ୍ଷା। କିଛି କେନ୍ଦ୍ରମନ୍ତ୍ରୀଙ୍କ ସମେତ ବିଜେପି, କଂଗ୍ରେସ, ସମାଜବାଦୀ ପାର୍ଟି ଓ ଅନ୍ୟ ବିରୋଧୀ ଦଳର ନାମୀଦାମୀ ନେତାଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ଭୋଟର। ହେଭିୱେଟଙ୍କ ମଧ୍ୟରେ ଗୁଜରାଟ ଗାନ୍ଧିନଗରରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହ, ପୋରବନ୍ଦରରେ ମନସୁଖ ମାଣ୍ଡଭୀୟ, ମଧ୍ୟପ୍ରଦେଶର ଗୁନାରେ ଜ୍ୟୋତିରାଦିତ୍ୟ ସିନ୍ଧିଆ, କର୍ଣ୍ଣାଟକ ଧରୱାଡରେ କେନ୍ଦ୍ରମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ଭୋଟର। ବିଦିଶାରୁ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହ୍ୱାନ, ପଶ୍ଚିମବଙ୍ଗର ବହରମପୁରରୁ ଭାଗ୍ୟ ପରୀକ୍ଷା କରାଇବେ କଂଗ୍ରେସ ହେଭିୱେଟ ଅଧୀର ରଞ୍ଜନ ଚୌଧୁରୀ।

ତେବେ ଗୋଟିଏ ଆସନରେ ନିର୍ବାଚନ ପୂର୍ବରୁ ପ୍ରାର୍ଥୀଙ୍କୁ ବିଜୟୀ ଘୋଷଣା କରାଯାଇଛି । ସୁରତ ଲୋକସଭା ଆସନରେ ନିଦ୍ୱର୍ନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି ବିଜେପି ପ୍ରାର୍ଥୀ । କଂଗ୍ରେସ ପ୍ରାର୍ଥୀଙ୍କ ପ୍ରାର୍ଥିପତ୍ର ନାକଚ ପରେ ବିଜେପି ପ୍ରାର୍ଥୀ ବିଜୟୀ ହୋଇଛନ୍ତି । ୪ ହଜାର ୩୦୩ ପ୍ଲାଇଂ ସ୍କ୍ୱାଡ୍ ଓ ୧୯୮୭ ଭିଡିଓ ସର୍ଭିଲାନ୍ସ ଟିମ୍ ମୁତୟନ ହୋଇଛନ୍ତି । ଏବେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୁତ ହେଉଥିବାରୁ ମତଦାନ କେନ୍ଦ୍ରରେ ପାନୀୟ ଜଳର ବନ୍ଦୋବସ୍ତ କରାଯାଇଛି । ଲୋକଙ୍କ ଖରାରୁ ମୁକ୍ତି ଦେବାକୁ ସେଡିଂ ବ୍ୟବସ୍ଥା ମଧ୍ୟ ହୋଇଛି । ଅନେକ ମତଦାନ କେନ୍ଦ୍ରରେ ଭୋଟରଙ୍କୁ ନେବା ଆଣିବା କରିବା ପାଇଁ ବାଇକ୍ ସର୍ଭିସର ବନ୍ଦୋବସ୍ତ କରିଛନ୍ତି ନିର୍ବାଚନ କମିସନ ।

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼