Masthead

ଆଜି ବହୁ ହେଭିୱେଟଙ୍କ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜି ତୃତୀୟ ପର୍ଯ୍ୟାୟ ନିର୍ବାଚନ ।  ବାଜିରେ ଲାଗିଛି ବହୁ ହେଭିୱେଟ ନେତାଙ୍କ ଭାଗ୍ୟ । ୧୦ ରାଜ୍ୟ ଓ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳରେ ଚାଲିଛି ମତଦାନ । ୯୩ ଲୋକସଭା ଆସନ ପାଇଁ ୧ ଲକ୍ଷ ୮୫ ହଜାର ବୁ୍ଥରେ ମତଦାନ । ଏଥିପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା ସହ ଭୋଟରଙ୍କ ସୁବିଧା ପାଇଁ ବିଭିନ୍ନ ବ୍ୟବସ୍ଥା ମଧ୍ୟ ହୋଇଛି । ବିଭିନ୍ନ ଦଳର ବହୁ ଟାଣୁଆ ନେତାଙ୍କର ଆଜି ହେଉଛି ଭାଗ୍ୟ ପରୀକ୍ଷା। କିଛି କେନ୍ଦ୍ରମନ୍ତ୍ରୀଙ୍କ ସମେତ ବିଜେପି, କଂଗ୍ରେସ, ସମାଜବାଦୀ ପାର୍ଟି ଓ ଅନ୍ୟ ବିରୋଧୀ ଦଳର ନାମୀଦାମୀ ନେତାଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ଭୋଟର। ହେଭିୱେଟଙ୍କ ମଧ୍ୟରେ ଗୁଜରାଟ ଗାନ୍ଧିନଗରରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହ, ପୋରବନ୍ଦରରେ ମନସୁଖ ମାଣ୍ଡଭୀୟ, ମଧ୍ୟପ୍ରଦେଶର ଗୁନାରେ ଜ୍ୟୋତିରାଦିତ୍ୟ ସିନ୍ଧିଆ, କର୍ଣ୍ଣାଟକ ଧରୱାଡରେ କେନ୍ଦ୍ରମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ଭୋଟର। ବିଦିଶାରୁ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହ୍ୱାନ, ପଶ୍ଚିମବଙ୍ଗର ବହରମପୁରରୁ ଭାଗ୍ୟ ପରୀକ୍ଷା କରାଇବେ କଂଗ୍ରେସ ହେଭିୱେଟ ଅଧୀର ରଞ୍ଜନ ଚୌଧୁରୀ।

ତେବେ ଗୋଟିଏ ଆସନରେ ନିର୍ବାଚନ ପୂର୍ବରୁ ପ୍ରାର୍ଥୀଙ୍କୁ ବିଜୟୀ ଘୋଷଣା କରାଯାଇଛି । ସୁରତ ଲୋକସଭା ଆସନରେ ନିଦ୍ୱର୍ନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି ବିଜେପି ପ୍ରାର୍ଥୀ । କଂଗ୍ରେସ ପ୍ରାର୍ଥୀଙ୍କ ପ୍ରାର୍ଥିପତ୍ର ନାକଚ ପରେ ବିଜେପି ପ୍ରାର୍ଥୀ ବିଜୟୀ ହୋଇଛନ୍ତି । ୪ ହଜାର ୩୦୩ ପ୍ଲାଇଂ ସ୍କ୍ୱାଡ୍ ଓ ୧୯୮୭ ଭିଡିଓ ସର୍ଭିଲାନ୍ସ ଟିମ୍ ମୁତୟନ ହୋଇଛନ୍ତି । ଏବେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୁତ ହେଉଥିବାରୁ ମତଦାନ କେନ୍ଦ୍ରରେ ପାନୀୟ ଜଳର ବନ୍ଦୋବସ୍ତ କରାଯାଇଛି । ଲୋକଙ୍କ ଖରାରୁ ମୁକ୍ତି ଦେବାକୁ ସେଡିଂ ବ୍ୟବସ୍ଥା ମଧ୍ୟ ହୋଇଛି । ଅନେକ ମତଦାନ କେନ୍ଦ୍ରରେ ଭୋଟରଙ୍କୁ ନେବା ଆଣିବା କରିବା ପାଇଁ ବାଇକ୍ ସର୍ଭିସର ବନ୍ଦୋବସ୍ତ କରିଛନ୍ତି ନିର୍ବାଚନ କମିସନ ।

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’