Masthead

ତାତିରୁ ମିଳିଲା ଆଶ୍ୱସ୍ତି, ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ତାତିରୁ ମିଳିଲା ଆଶ୍ୱସ୍ତି । ରାଜ୍ୟରେ ବଦଳିଛି ପାଗର ମିଜାଜ୍ । ଆଶ୍ୱସ୍ତି ଆଣିଛି କାଳବୈଶାଖୀ ବର୍ଷା। ପ୍ରଚଣ୍ଡ ତାତିରୁ ଆଶ୍ୱସ୍ତି ଆଣିଛି କାଳବୈଶାଖୀ । ଆଜି ସକାଳେ ଟ୍ୱିନ ସିଟିରେ ଆକାଶ ମେଘାଚ୍ଛନ ରହିବା ସହ ହାଲୁକା ବର୍ଷା ହୋଇଛି। ରାଜ୍ୟରେ ଆଗାମୀ ୩ ରୁ ୪ ଦିନ ଯାଏ କାଳବୈଶାଖୀ ବର୍ଷା ହେବା ନେଇ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆଜି ଓ ଆସନ୍ତାକାଲି ପାଇଁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ସେହି ଜିଲ୍ଲା ଗୁଡ଼ିକ ହେଉଛି ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଗଞ୍ଜାମ, ଗଜପତି ଓ କନ୍ଧମାଳ। ସେହିପରି ଆଜି ୧୪ ଜିଲ୍ଲାକୁ ଘଡ଼ଘଡ଼ି ସହ ପବନ ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଆସନ୍ତା ୧୦ ତାରିଖ ଯାଏ କାଳବୈଶାଖୀ ବର୍ଷା ନେଇ ସତର୍କ ସୂଚନା ଜାରି ହୋଇଛି। ଏହାର ପ୍ରଭାବରେ ଆଗାମୀ ୩ରୁ ୪ ଦିନ ଦିନ ତାପମାତ୍ରା ୪ରୁ ୬ ଡିଗ୍ରୀ କମିବାର ସମ୍ଭାବନା ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ଧୋଇନେଲା ଚାଷ, ଏବେ ଚିନ୍ତାରେ ଚାଷୀ 🔴 ସମୁଦ୍ର ବାଲିକୁ ବି ଛାଡ଼ିଲେନି ବାଲି ମାଫିଆ 🔴 ନବମ ଛାତ୍ରଙ୍କୁ ନିସ୍ତୁକ ମାରିଲେ ଦଶମ ଛାତ୍ର 🔴 ମଝି ଆକାଶରେ ଥରିଲା ଏୟାର ଇଣ୍ଡିଆ ବିମାନ 🔴 ଦୁଇଟି ବଡ଼ ଘଟଣା, ସ୍କାନରରେ ୨୪୦ବ୍ୟକ୍ତି 🔴 ବନ୍ୟା ପରବର୍ତ୍ତୀ ସ୍ଥିତିକୁ ନେଇ ସଚିବସ୍ତରୀୟ ବୈଠକ 🔴 ତାମିଲନାଡୁରେ ରାଜନୈତିକ ଝଡ଼,ଉଦୟନିଧି ଷ୍ଟାଲିନଙ୍କ ଗିରଫକୁ ନେଇ ବଡ଼ ଚର୍ଚ୍ଚା…. 🔴 ମଦ ଦୋକାନକୁ ବିରୋଧ କରି ୬ଘଣ୍ଟିଆ ଜଟଣୀ ବନ୍ଦ ଡାକରା 🔴 ଟ୍ରେନ୍‌ରେ ବ୍ରହ୍ମପୁର ଗଲେ ରାଷ୍ଟ୍ରପତି 🔴 ପ୍ରବଳ ବର୍ଷା ସମ୍ଭାବନା! 🔴 ବନ୍ୟା ଧୋଇନେଲା ଚାଷ, ଏବେ ଚିନ୍ତାରେ ଚାଷୀ 🔴 ସମୁଦ୍ର ବାଲିକୁ ବି ଛାଡ଼ିଲେନି ବାଲି ମାଫିଆ 🔴 ନବମ ଛାତ୍ରଙ୍କୁ ନିସ୍ତୁକ ମାରିଲେ ଦଶମ ଛାତ୍ର 🔴 ମଝି ଆକାଶରେ ଥରିଲା ଏୟାର ଇଣ୍ଡିଆ ବିମାନ 🔴 ଦୁଇଟି ବଡ଼ ଘଟଣା, ସ୍କାନରରେ ୨୪୦ବ୍ୟକ୍ତି 🔴 ବନ୍ୟା ପରବର୍ତ୍ତୀ ସ୍ଥିତିକୁ ନେଇ ସଚିବସ୍ତରୀୟ ବୈଠକ 🔴 ତାମିଲନାଡୁରେ ରାଜନୈତିକ ଝଡ଼,ଉଦୟନିଧି ଷ୍ଟାଲିନଙ୍କ ଗିରଫକୁ ନେଇ ବଡ଼ ଚର୍ଚ୍ଚା…. 🔴 ମଦ ଦୋକାନକୁ ବିରୋଧ କରି ୬ଘଣ୍ଟିଆ ଜଟଣୀ ବନ୍ଦ ଡାକରା 🔴 ଟ୍ରେନ୍‌ରେ ବ୍ରହ୍ମପୁର ଗଲେ ରାଷ୍ଟ୍ରପତି 🔴 ପ୍ରବଳ ବର୍ଷା ସମ୍ଭାବନା!