୨ କେନ୍ଦ୍ରମନ୍ତ୍ରୀ ଓ ୨ ମୁଖ୍ୟମନ୍ତ୍ରୀଙ୍କ ମାରାଥନ ଗସ୍ତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଓଡ଼ିଶା ଆସିଛନ୍ତି ହେଭିୱେଟ । ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ବିଜେପିର ୨ ବରିଷ୍ଠ ନେତା । ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଓ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେଓ ସାଏ । ରାଜନାଥ ସିଂ ଭବାନୀପାଟଣା, ରାୟଗଡ଼ାରେ କରିବେ ସଭା । ସେପଟେ ନବରଙ୍ଗପୁରକୁ ଆସିବେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେଓ ସାଏ । ସେହିପରି ଆସନ୍ତା ୯ ତାରିଖରେ ଓଡ଼ିଶା ଆସିବେ ବିଜେପିର ୨ ବରିଷ୍ଠ ନେତା ନୀତିନ ଗଡ଼କରୀ ଓ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମା । ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ ପୁରୀ ଜିଲ୍ଲାରେ କରିବେ ସଭା । ପୁରୀ ଓ କୃଷ୍ଣପ୍ରସାଦରେ ସମାବେଶରେ ଦେବେ ଯୋଗ ।

ସେପଟେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମା ଓଡ଼ିଶାର ୩ଟି ଜାଗାରେ କରିବେ ସଭା । ମାଲକାନଗିରି, ଚିତ୍ରକୋଣ୍ଡା, ଖଲ୍ଲିକୋଟରେ ସଭା କରିବେ । ବିଜେପିର ଷ୍ଟାର ପ୍ରଚାରକ ତାଲିକାରେ ହେମାମାଳିନୀ ସାମିଲ । ଓଡ଼ିଶା ପାଇଁ ଷ୍ଟାର ପ୍ରଚାରକ ତାଲିକାରେ ସାମିଲ ହେଲେ ହେମା ମାଳିନୀ । ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କ ସ୍ଥାନରେ ହେମାମାଳିନୀଙ୍କୁ ଷ୍ଟାର ପ୍ରଚାରକ ଭାବରେ ସାମିଲ କରିଛି ବିଜେପି ।ତାଲିକାରେ ସାମିଲ ପରେ ଓଡ଼ିଶାରେ ହେମାମାଳିନୀ ପ୍ରଚାର କରିବା ସ୍ପଷ୍ଟ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ